୭ ଦଲାଲ୍‌ଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୫।୨

ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦଲାଲି କରୁଥିବା ଅଭିଯୋଗରେ ୭ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ନଂ. ୨୨୪/୨୦ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଜରାସିଂହାର ଶ୍ରୀକାନ୍ତ କୁମାର ସାହୁ, ଶ୍ରୀଧର କୁମାର ସାହୁ, ହୁଲୁରିସିଂହାର ନିରଞ୍ଜନ ସେଠୀ, କରଡ଼ାଗାଡ଼ିଆର ଚିତ୍ତରଞ୍ଜନ ନାଏକ, ନାଲ୍‌କୋ ଥାନା ବଳରାମପ୍ରସାଦର ଧ୍ରୁବଚରଣ ମହାପାତ୍ର, କରଡ଼ାଗାଡ଼ିଆର ଗତିକୃଷ୍ଣ ନାୟକ ଓ ରାଣୀଗୋଡ଼ାର ବିକାଶ ଦେହୁରୀ। ସେମାନଙ୍କ ନିକଟରୁ ପରିବହନ କାର୍ଯ୍ୟାଳୟ ସହ ସମ୍ବନ୍ଧ ଥିବା କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଲିସ ଜବତ କରାଯାଇଥିବା ଜିଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ପ୍ରେସ୍‌ବିବୃତିରେ ସୂଚନା ଦିଆଯାଇଛି।
ଅନୁଗୋଳ ଥାନା ଏସ୍‌ଆଇ ତୁଷାର ମହାନ୍ତି ବିଶ୍ୱସ୍ତସୂତ୍ରରୁ ଖବର ପାଇ ଆର୍‌ଟିଓ କାର୍ଯ୍ୟାଳୟରେ ସୋମବାର ଚଢ଼ାଉ କରିଥିଲେ। ଏହି ସମୟରେ ବିଭିନ୍ନ କାର୍ଯ୍ୟ ନେଇ ଆସିଥିବା ଗାଡ଼ି ଚାଳକ ଓ ମାଲିକଙ୍କ କେତେକ କାର୍ଯ୍ୟ ସେଠାରେ ଥିବା ଦଲାଲମାନେ କରୁଥିବା ପୋଲିସ ଦେଖିବାକୁ ପାଇଥିଲା। ଏପରି କି ସରକାର ଧାର୍ଯ୍ୟ କରିଥିବା ଅର୍ଥ ଠାରୁ ଦଲାଲ୍‌ମାନେ ଅଧିକ ଟଙ୍କା ନେଇ ଲୋକଙ୍କ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ସେମାନଙ୍କୁ ଧରି ପଚରାଉଚରା ସମୟରେ ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦଲାଲ୍‌ଗିରି କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ଏହାପରେ ପୋଲିସ ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏସ୍‌ଆଇ ସତ୍ୟରଞ୍ଜନ ଲେଙ୍କା ମାମଲାର ଅଧିକ ତଦନ୍ତ କରୁଥିବା ପୋଲିସ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ ଯେ, ଗତବର୍ଷ ସେପ୍ଟେମ୍ବର ୨୭ରେ ଆର୍‌ଟିଓ କାର୍ଯ୍ୟାଳୟର ୩ ଜଣ ଦଲାଲଙ୍କୁ କରାଯାଇଥିବାବେଳେ ମେଡିକାଲରୁ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?