୭ ଦିନ ପରେ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ

ରୂପସା, ୨୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଜବତ ହୋଇଥିଲା। ପାରିପାଶର୍‌ବିକ ଅବସ୍ଥାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଇଥିଲା। ବସ୍ତା ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିଲା। ୭ ଦିନ ପରେ ମୃତକଙ୍କ ପରିଚୟ ଜଣାପଡ଼ିଛି। ମୃତ ଯୁବକ ହେଲେ ଆସାମ ଅଞ୍ଚଳର ଗୋବିନ୍ଦ ମୋଦକ୍‌ (୨୮)। ସେ ଜଣେ ଡ୍ରାଇଭର ଅଟନ୍ତି।
କିଛିଦିନ ତଳେ ଏକ ଗାଡ଼ି ନେଇ ସେ ଓଡ଼ିଶା ଆସିଥିବା ବେଳେ ନିଖୋଜ ଥିଲେ। ପୋଲ ତଳ ନାଳୁଆ ମୁହଁରେ ଏହି ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବସ୍ତା ପୋଲିସକୁ ଖବର ଦେଇଥିଲେ। ବସ୍ତା ଏସ୍‌ଡିପିଓ ଜଳନ୍ଧର ଜାଲି, ମାଜିଷ୍ଟ୍ରେଟ ଭାବେ ତହସିଲଦାର କାର୍ତ୍ତିକ କୁମାର ଦାସ, ଆଇଆଇସି ବାରିଣୀ ଦାସ ପ୍ରମୁଖ ସଦଳବଳେ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲେ। ଏହି ହତ୍ୟାକାଣ୍ଡ ଅନ୍ୟତ୍ର ହୋଇଥିବା ବେଳେ ଏଠାରେ ଆଣି ମୃତଦେହକୁ ଫିଙ୍ଗାଯାଇଥିବା ଅନୁମାନ କରାଯାଉଥିଲା। ହତ୍ୟାର ପ୍ରକୃତ କାରଣ ସମ୍ପର୍କରେ ପୋଲିସ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri