୭ ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ: ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ,୧୬।୧୧(ଡି.ଏନ୍‌.ଏ.): ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ସଭ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଏନ୍‌ସି ମାରୁଆଙ୍କ ନେତୃତ୍ୱରେ ଆସିଥିବା ୭ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତିନିଧି ଶୁକ୍ରବାର ପ୍ରଥମେ ରାମଚଣ୍ଡିଠାରେ ଫନୀରେ କ୍ଷତିଗ୍ରସ୍ତ ଅଞ୍ଚଳରେ ବୃକ୍ଷରୋପଣ କରିଛନ୍ତି। ପରେ ଜେନେରାଲ ମାରୁଆଙ୍କ ନେତୃତ୍ୱରେ ଭାରତ, ଭୁଟାନ, ଥାଇଲାଣ୍ଡ, ଶ୍ରୀଲଙ୍କା, ନେପାଳ, ମ୍ୟାନମାର ଓ ବାଂଲାଦେଶ ଆଦି ୭ଟି ରାଷ୍ଟ୍ରର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ପ୍ରତିନିଧିମାନେ କୋଣାର୍କ ସୂଯର୍‌ୟମନ୍ଦିର ପରିଦର୍ଶନ ପାଇଁ ଆସିଥିଲେ। ମୁଖ୍ୟଫାଟକରେ ଏଏସଆଇର ଭୁବନେଶ୍ୱର ସର୍କଲ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ କୁମାର ମଲ୍ଲିକ ସେମାନଙ୍କୁ ସ୍ବାଗତ କରିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଐତିହ୍ୟ, ସଂସୃତି ଓ କଳାକୃତିର ସଂରକ୍ଷଣ ପାଇଁ ଆସନ୍ତା ଫେବୃଆରୀ ୧୧ରୁ ୧୩ତାରିଖ କୋଣାର୍କଠାରେ ହେବାକୁ ଥିବା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ମକଡ୍ରିଲର ପ୍ରାକ ପ୍ରସ୍ତୁତି ଓ କ୍ଷେତ୍ର ଚିହ୍ନଟ ନେଇ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷିରେ ସୁପରିଣ୍ଟେଣ୍ଡଣ୍ଟ ମଲ୍ଲିକ ସୂର୍ଯ୍ୟମନ୍ଦିରର ସ୍ଥିତି ଓ ଏହାର ପାରିପାର୍ଶ୍ୱକ ବିକାଶ ଦିଗରେ କରାଯାଉଥିବା କାର୍ଯ୍ୟ ବିଷୟରେ ଅବଗତ କରାଇଥିଲେ। ୧୯୯୯ ଠାରୁ ୨୦୧୯ମସିହା ମଧ୍ୟରେ ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା ଐତିହ୍ୟ ଓ ସଂସ୍କୃତି ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ମୁଖ୍ୟ ଦାୟୀ ବୋଲି ଲ୍ୟୁଟନାଣ୍ଟ ଜେନେରାଲ ମାରୁଆ ପରିଦର୍ଶନ ସମୟରେ କହିଛନ୍ତି। ଏହି ପ୍ରତିନଧି ଦଳରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ମହାନିର୍ଦ୍ଦେଶକ ସତ୍ୟନାରାୟଣ ପ୍ରଧାନ, ବାଂଲାଦେଶ ଆଞ୍ଚଳିକ ନିର୍ଦ୍ଦେଶିକା ନହିଦ ସୁଲତାନା, ଭୁଟାନର କାର୍ଯ୍ୟକ୍ରମ ଅଧିକାରୀ ସରିଫ ଦରଜି, ମ୍ୟାନମାରର ନିର୍ଦ୍ଦେଶକ ନିଲାର ହୁନ, ନେପାଳ ଅନୁସଚିବ ବିକେ ଆଚାର୍ଯ୍ୟ ଏବଂ ଶ୍ରୀଲଙ୍କା ବିପର୍ଯ୍ୟୟ ପରିଚାଳନା ନିର୍ଦ୍ଦେଶକ ଏଚପି ସୁମନ ଶେଖର ସମେତ ୭ଗୋଟି ଦେଶର ୨୧ଜଣ ପ୍ରତିନିଧି ମଣ୍ଡଳୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri