ଭୁବନେଶ୍ୱର, ୭ା୮(ବ୍ୟୁରୋ): ରାଜ୍ୟ ସରକାର ୭ ପୁଞ୍ଜିନିବେଶ ପ୍ରକଳ୍ପକୁ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଏଥିପାଇଁ ମୋଟ ୧୦୩୬.୩୯ କୋଟି ଟଙ୍କା ବିନିଯୋଗ ହେବ। ଏହାଦ୍ୱାରା ୨୭୭୮ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ସରକାର ସୂଚନା ଦେଇଛନ୍ତି। ମଙ୍ଗଳବାର ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସିଙ୍ଗଲ୍ ଓ୍ବିଣ୍ଡୋ କର୍ତ୍ତୃପକ୍ଷ ବୈଠକରେ ଏହି ନୂତନ ପ୍ରକଳ୍ପ ଅନୁମୋଦିତ ହୋଇଛି। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରା ପ୍ରକଳ୍ପ ସମ୍ବନ୍ଧରେ ତଥ୍ୟ ଉପସ୍ଥାପନ କରିଥିଲେ। ଖୋର୍ଦ୍ଧା ଜିଲାରେ ସୁପ୍ରିମ୍ ଇଣ୍ଡଷ୍ଟ୍ରିର ପ୍ଲାଷ୍ଟିକ, ପିଭିସି ଟାଙ୍କି ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିପାଇଁ ୧୫୧.୩୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ୩୨୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ସରକାର ଦର୍ଶାଇଛନ୍ତି। ସେହିପରି ଭଦ୍ରକରେ ଭାଗୀରଥି ପ୍ୟାକେଜିଂ ପ୍ରାଇଭେଟ ଲିମିଟେଡ୍ର ପ୍ରକଳ୍ପ ହେବ। ୬୦.୨୯ କୋଟି ବିନିଯୋଗ ହେବାକୁଥିବା ଏହି ପ୍ରକଳ୍ପରେ ୫୦୦ ଲୋକଙ୍କୁ ନିଯୁକ୍ତି ମିଳିବ। ଭୁବନେଶ୍ୱର ଠାରେ ମେଫେୟାର ହୋଟେଲ ଲିମିଟେଡ୍ର ଏକ କନଭେନଶନ କେନ୍ଦ୍ର ହେବ, ଯେଉଁଥିରେ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ୮୫୦ଜଣଙ୍କୁ ନିଯୁକ୍ତି ମିଳିବ। ଖୋର୍ଦ୍ଧା ଜିଲାରେ ଇନ୍ଟେକ ଫୁଡ୍ ପ୍ରାଇଭେଟ ଲିମିଟେଡ ଦ୍ୱାରା ଚିଙ୍ଗୁଡି ଖାଦ୍ୟ ଉତ୍ପାଦନ ୟୁନିଟ୍ ପ୍ରସ୍ତୁତି ପ୍ରିତିଷ୍ଠା ହେବ। ଏଥିପାଇଁ ୧୦୭.୮୮ କୋଟି ଟଙ୍କା ବିନିଯୋଗ କରାଯିବ।୨୦୫ଜଣଙ୍କୁ ନିଯୁକ୍ତି ମିଳିପାରିବ। ଖୋର୍ଦ୍ଧା ଜିଲାରେ ଏକ୍ସପ୍ଲୋର ଫୁଡ ପ୍ରାଇଭେଟ ଲିମିଟେଡ ଦ୍ୱାରା ରେଡି ଟୁ ଇଟ୍ ସ୍ନାକ୍ସ ପ୍ରସ୍ତୁତି ୟୁନିଟ୍ ପ୍ରତିଷ୍ଠା ହେବ। ଏଥିରେ ୫୧.୪୦ କୋଟି ଟଙ୍କା ବିନିଯୋଗ ହେବା ସହ ୧୯୪ଜଣଙ୍କୁ ନିଯୁକ୍ତି ମିଳିବ। ସେହିପରି ଖୋର୍ଦ୍ଧା ଜିଲାରେ ଚହ୍ଲା ଇନନ୍ ପ୍ରାଟେକ ପ୍ରାଇଭେଟ ଲିମିଟେଡ ପକ୍ଷରୁ ୯୯.୪୦ କୋଟି ଟଙ୍କା ବିନିଯୋଗରେ ଏକ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିରେ ୨୩୪ଜଣଙ୍କୁ ନିଯୁକ୍ତି ଦିଆଯିବ। ସୁନ୍ଦରଗଡ ଜିଲାରେ କାଇ ଆନ୍ତର୍ଜାତୀୟ ପ୍ରାଇଭେଟ ଲିମିଟେଡ ଦ୍ୱାରା ୨୬୫.୭୨ କୋଟି ଟଙ୍କା ବିନିଯୋଗରେ ବେନିଫିକେଶନ ଏବଂ ପେଲେଟ ତିଆରି କାରଖାନା ହେବ। ଏଥିରେ ୪୭୫ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ସରକାର ସୂଚନା ଦେଇଛନ୍ତି।
୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!
ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…
ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି
ଭୁବନେଶ୍ୱର, ୨୨।୯(ସୁନିତ୍ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…
ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍ର ସନ୍ଧାନ
ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍ ଆଣ୍ଡ୍ ନ୍ୟାଚୁରାଲ ଗ୍ୟାସ୍ କର୍ପୋରେଶନ ଲିଃ (ଓଏନ୍ଜିସି) ଗ୍ୟାସ୍ର ସନ୍ଧାନ…
ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…
ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…
ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…
ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….
ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ।…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

