୭ ବରିଷ୍ଠ ପୋଲିସ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୨୮।୫ (ବ୍ୟୁରୋ): ଓଡିଶା ପୋଲିସରେ ଭାରପ୍ରାପ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟରତ ୭ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବୌଦ୍ଧରେ ଭାରପ୍ରାପ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରୁଥିବା ଭି. ରଘୁନାଥ ରାଓ ଏବଂ ଖୋର୍ଦ୍ଧାରେ କାର୍ଯ୍ୟରତ ଅଜୟ ପ୍ରତାପ ସ୍ବାଇଁଙ୍କୁ ପଦୋନ୍ନତି ପରେ ଉକ୍ତ ସ୍ଥାନରେ ଆରକ୍ଷୀ ଅଧୀକ୍ଷକ ଭାବେ ନିଯୁକ୍ତ କରାଯାଇଛି। ସେହିପରି ରାଉରକେଲା ଏସ୍‌ଆର୍‌ପି ଇନଚାର୍ଜ ଭାବେ କାର୍ଯ୍ୟ କରୁଥିବା ତ୍ରିନାଥ ପଟେଲଙ୍କୁ ପଦୋନ୍ନତି ଦିଆଯାଇ ଉକ୍ତ ସ୍ଥାନରେ ଅଧୀକ୍ଷକ ଭାବେ ଅବସ୍ଥାପିତ କରାଯାଇଛି। ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜିଙ୍କ ସମ୍ବଲପୁର କାର୍ଯ୍ୟାଳୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଥିବା ସୁରେଶ ଚନ୍ଦ୍ର ପରିଚ୍ଛାଙ୍କୁ ଉକ୍ତ ସ୍ଥାନରେ ଆରକ୍ଷୀ ଅଧୀକ୍ଷକ (କମ୍ପ୍ୟୁଟର) ଭାବେ ନିଯୁକ୍ତି ଦିଆଯାଇଛି। ବାଲେଶ୍ୱରର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଥିବା ତୁଷାରକାନ୍ତ ଜେନାଙ୍କୁ କଟକ ପିଏମ୍‌ଟି ଆରକ୍ଷୀ ଅଧୀକ୍ଷକ ଭାବେ ଅବସ୍ଥାପିତ କରାଯାଇଛି। କଟକ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ କିଶୋର କୁମାର ଡଙ୍ଗାୟତଙ୍କୁ କଟକ ଏଚ୍‌ଆର୍‌ପିସି ଆରକ୍ଷୀ ଅଧୀକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବାଲେଶ୍ୱରର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟରତ ତପନ କୁମାର ପଟ୍ଟନାୟକଙ୍କୁ ପଦୋନ୍ନତି ପରେ କଟକ ସିଆଇଡି ସିବି କାର୍ଯ୍ୟାଳୟକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri