Posted inଫୁରସତ

୭ ବର୍ଷର ବାଳକଙ୍କ ଅଜବ କାରନାମା: ୬ ପ୍ୟାକ୍‌ ଆବ୍‌ସ ସାଙ୍ଗକୁ ଖେଳୁଛନ୍ତି ଫୁଟବଲ୍‌

ବୟସ ମାତ୍ର ୭ ବର୍ଷ। ନାଁ ଆରାତ୍‌ ହୋସେଇନି। ଇରାନର ଏହି ବାଳକ ଜଣଙ୍କ କଅଁଳ ବୟସରେ ନିଜ ଅଜବ କାରାନାମାରେ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ୬ ପ୍ୟାକ୍‌ ଆବ୍‌ସ ସାଙ୍ଗକୁ ଚମତ୍କାର ଫୁଟବଲ୍‌ ଖେଳୁଛନ୍ତି ଆରାତ୍‌। କେବଳ ଏତିକି ନୁହେଁ, ସମରସଲ୍ଟଠାରୁ ଆରମ୍ଭ କରି ବ୍ୟାକଫ୍ଲିପ୍‌ ତଥା ୧୦ ଫୁଟ ଉଚ୍ଚତାର କାନ୍ଥ ଉପରକୁ ବିନା ସହାୟତାରେ ଚଢି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସୋସିଆଲ ମିଡିଆରେ ତାଙ୍କୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ଇନଷ୍ଟାଗ୍ରାମରେ ତାଙ୍କର ୨୫ ଲକ୍ଷରୁ ଊର୍ଦ୍ଧ୍ୱ ଫଲୋଅର ଅଛନ୍ତି। ଆରାତଙ୍କ ପିତା ମହମ୍ମଦ ଓ ମା’ ଫାତେମେ କୁହନ୍ତି, ଏହି ଆରାତ ୯ ମାସର ହୋଇଥିବା ବେଳେ ଜିମନାଷ୍ଟିକ ପୋଜ ଅଭ୍ୟାସ କରିଆସୁଛନ୍ତି। ଏଥିପାଇଁ କୌଣସି ପ୍ରଫେସନାଲ ଟ୍ରେନିଂ ମଧ୍ୟ ନେଇନାହାଁନ୍ତି । ଘରେ ପ୍ରତିଦିନ ୧୦ରୁ୨୦ ମିନିଟ ଅଭ୍ୟାସ କରନ୍ତି। ଆରାତଙ୍କୁ ବ୍ୟାକୱାର୍ଡ ସମରସଲ୍ଟ କରିବାକୁ ବେଶୀ ଭଲ ଲାଗେ। ଆଗକୁ ସେ ଜଣେ ଫୁଟବଲର୍‌ ହେବାକୁ ଇଚ୍ଛା କରିଛନ୍ତି। ଏବେ ଠାରୁ ସେ ଫୁଟବଲ୍‌ ଖେଳିବା ସହ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଉଛନ୍ତି। ଭାରତର ପ୍ରତିଷ୍ଠିତ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ମଧ୍ୟ ଆରାତ୍‌ଙ୍କ ଜଣେ ବଡ ଫ୍ୟାନ୍‌। ସେ ଥରେ ତାଙ୍କ ଭିଡିଓ ନିଜ ଟୁଇଟରରେ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri