୭ ରାଜ୍ୟ ପାଲଟିଛି କରୋନା ହଟସ୍ପଟ୍‌: ଦେଶର ଜିଡ଼ିପିରେ ରହିଛି ଅଧିକ ଯୋଗଦାନ

ନୂଆଦିଲ୍ଲୀ,୯।୫: ଭାରତରେ କରୋନା ଥମିବାର ନାଁ ଧରୁନି। ବିଶେଷଜ୍ଞଙ୍କ ଅନୁସାରେ ସଂକ୍ରମଣ ଶୀର୍ଷ ଛୁଇଁବା ପରେ କମିବ। ଏଥିପାଇଁ ଆଉ କିଛି ସପ୍ତାହ ସମୟ ଲାଗିବ ବୋଲି ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି। କରୋନା ସଂକ୍ରମଣ ଯୋଗୁ ଦେଶର ଦିଲ୍ଲୀ, ମହାରାଷ୍ଟ୍ର, ତାମିଲନାଡୁ, ଉତ୍ତରପ୍ରଦେଶ, ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ ଆଦି ୭ ରାଜ୍ୟ ହଟସ୍ପଟ୍‌ ପାଲଟିଛନ୍ତି। ଏସବୁ ରାଜ୍ୟଗୁଡ଼ିକର ଦେଶର ଜିଡିପିରେ ମୋଟ ୬୨ ପ୍ରତିଶତ ଯୋଗଦାନ ରହିଛି। ସେଥିମଧ୍ୟରୁ ଦିଲ୍ଲୀର ୧୦.୯, ମହାରାଷ୍ଟ୍ରର ୧୦.୪, ତାମିଲନାଡୁର ୯.୪, ଉତ୍ତରପ୍ରଦେଶର ୮.୪, ରାଜସ୍ଥାନର ୮.୨, ମଧ୍ୟପ୍ରଦେଶର ୭.୫ ଏବଂ ଗୁଜରାଟର ୭.୨ ପ୍ରତିଶତ ଯୋଗଦାନ ଅଛି। ଏସବୁ ରାଜ୍ୟଗୁଡ଼ିକର ପରିସୀମା ଭାରତର ୪୭ ପ୍ରତିଶତ ଏବଂ ଏଠାରେ ଦେଶର ମୋଟ ଜନସଂଖ୍ୟାର ୫୦ ପ୍ରତିଶତ ବାସ କରନ୍ତି। ପ୍ରଥମ ଲକ୍‌ଡାଉନ୍‌ ସମୟରେ ଏସବୁ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୯ ପ୍ରତିଶତ ଥିବାବେଳେ ଏବେ ଏହା ୮୨ ପ୍ରତିଶତକୁ ବୃଦ୍ଧି ପାଇଛି। ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟାର ୪୪ ପ୍ରତିଶତ ଦୁଇ ପଶ୍ଚିମ ରାଜ୍ୟ ମହାରାଷ୍ଟ୍ର ଏବଂ ଗୁଜରାଟରେ ଅଛନ୍ତି। ସେହିପରି କରୋନ ସଂକ୍ରମିତଙ୍କ ମୋଟ ମୃତ୍ୟୁ ସଂଖ୍ୟାର ୬୦ ପ୍ରତିଶତ କେବଳ ଏହି ଦୁଇ ରାଜ୍ୟରେ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ମହାରାଷ୍ଟ୍ର, ତାମିଲନାଡୁ, ଉତ୍ତରପ୍ରଦେଶ, ଗୁଜରାଟ ଆଦି ୪ ବଡ଼ ରାଜ୍ୟର ଅର୍ଥବ୍ୟବସ୍ଥା ଦୋହଲି ଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri