୭.୫ ଡିଗ୍ରୀରେ ଦାରିଙ୍ଗବାଡ଼ି

ଭୁବନେଶ୍ୱର, ୮।୧(ବ୍ୟୁରୋ): ବର୍ଷା କମିଯିବା ପରେ ଶୀତ ପୁଣି ଫେରିଛି। ମଙ୍ଗଳବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଟିଟିଲାଗଡ଼ରେ ୭.୬, ଅନୁଗୋଳ ୮, ଫୁଲବାଣୀ ୮.୫, ସୋନପୁର ୯ ଓ କେନ୍ଦୁଝର ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ବୁଧବାର ବିଭିନ୍ନ ଜିଲାରେ ସ୍ବଳ୍ପ ପରିମାଣର ବର୍ଷା ହେବା ସମ୍ଭାବନା ରହିଛି। ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ଗୁରୁବାର ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୦ ଜିଲାରେ କୋହଲା ପବନ ସହିତ ବଜ୍ରପାତ ହୋଇପାରେ। ତେଣୁ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ଘନ କୁହୁଡ଼ି ନେଇ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, କଟକ, ଭଦ୍ରକ, ଖୋର୍ଦ୍ଧା, ପୁରୀ ଓ କନ୍ଧମାଳ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri