୭.୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଜଗତ୍‌ସିଂହପୁର ଅଫିସ, ୮ା୧୨: ଜଗତ୍‌ସିଂହପୁର ସହରରେ ବ୍ରାଉନ ସୁଗାର ରାକେଟ୍‌ ସକ୍ରିୟ ରହିଛି। ଅତୀତରେ ପୃଥକ୍‌ ସ୍ଥାନରେ ଚଢାଉ ହୋଇଥିଲେ ସୁଦ୍ଧା ଆଶାଜନକ ସଫଳତା ମିଳିପାରି ନ ଥିଲା। ମାତ୍ର ଶନିବାର ଜଣେ ବ୍ୟକ୍ତିଙ୍କଠାରୁ ୭୫ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୭.୫ ଲକ୍ଷ ଟଙ୍କା ବୋଲି କୁହାଯାଉଛି। ଏହି ଘଟଣାରେ ସ୍ଥାନୀୟ ମାର୍କଣ୍ଡପୁରର ଦୀପକ କୁମାର ଦାସ ଗିରଫ ହୋଇଥିବା ବେଳେ ଆଉ ଜଣେ ଖସି ଯାଇଛନ୍ତି। ଦୀପକଙ୍କଠାରୁ ୧୨ ହଜାର ଟଙ୍କା ଜବତ ହୋଇଥିବା ଜଗତ୍‌ସିଂହପୁର ଅବକାରୀ ଇନ୍ସପେକ୍ଟର ପ୍ରତାପ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, କଟକ ଅବକାରୀ ଗୁଇନ୍ଦା ୟୁନିଟ୍‌-୨ ଓ ଜଗତ୍‌ସିଂହପୁର ଅବକାରୀ ବିଭାଗ ପକ୍ଷରୁ ଶନିବାର ପୂର୍ବାହ୍ନରେ ଦୀପକଙ୍କ ଘରେ ଚଢାଉ କରାଯାଇଥିଲା। ଏହି ସମୟରେ ତାଙ୍କଠାରୁ ୭୫ ଗ୍ରାମ ବ୍ରାଉନ ସୁଗାର ସହ ଟଙ୍କା ଜବତ କରାଯାଇଥିଲା। ଚଢାଉରେ ଗୁଇନ୍ଦା ଇନ୍ସପେକ୍ଟର ଜଗଦୀଶ ସାମଲ, ଗାଲୁରାମ ସୋରେନ ପ୍ରମୁଖ ସାମିଲ ଥିଲେ।
ସୂଚନାଯୋଗ୍ୟ, କିଛି ମାସ ପୂର୍ବରୁ ସ୍ଥାନୀୟ ଖେରାସରେ ରହୁଥିବା ଜଣେ ଯୁବକ କାଳୀ ଛକ ନିକଟରେ ବ୍ରାଉନ ସୁଗାର କାରବାର ସମୟରେ ଗିରଫ ହୋଇଥିଲେ। ଏହା ପୂର୍ବରୁ ପୋଲିସ ମଧ୍ୟ ସ୍ଥାନୀୟ ଗୋପାଳସାଗର ଅଞ୍ଚଳରୁ ଜଣଙ୍କୁ ଗିରଫ କରିଥିଲା। ପାରାଦୀପ ଷଣ୍ଢକୁଦ ଅଞ୍ଚଳରୁ ୩୬ ଗ୍ରାମର ବ୍ରାଉନ ସୁଗାର ଜବତ ସହ ଜଣେ ଗିରଫ ହୋଇଥିଲେ। କିନ୍ତୁ ବ୍ରାଉନ ସୁଗାର କାରବାରର ମାଷ୍ଟର ମାଇଣ୍ଡକୁ ଏ ପର୍ଯ୍ୟନ୍ତ ଗିରଫ କରାଯିବାରେ ପୋଲିସ କି ଅବକାରୀ ବିଭାଗ ସଫଳ ହୋଇନାହିଁ। କଟକ ଅଞ୍ଚଳରୁ ଏହା ଜଗତ୍‌ସିଂହପୁର ସମେତ ଜିଲାର ନାଉଗାଁ, ବାଲିକୁଦା, ବିରିଡ଼ି, ପାରାଦୀପ, କୁଜଙ୍ଗ, ତିର୍ତ୍ତୋଲ, ରଘୁନାଥପୁର ଓ ଏରସମା ଆଦି ଅଞ୍ଚଳକୁ ଯାଉଛି। ରାକେଟ୍‌ରେ ଏକାଧିକ ଲୋକ ସମ୍ପୃକ୍ତ ଅଛନ୍ତି। ଦେଖିବାକୁ ଅପେକ୍ଷା ପୋଲିସ ଓ ଅବକାରୀ ବିଭାଗ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଉଛି କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri