Posted inଜାତୀୟ

୮ମାସ ପରେ ଗୃହବନ୍ଦୀରୁ ମୁକୁଳିଲେ ଓମାର ଅବଦ୍ଦୁଲା

ଶ୍ରୀନଗର,୨୪।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲାଙ୍କୁ ଦୀର୍ଘ ୮ମାସ ପରେ ଗୃହବନ୍ଦୀରୁ ମୁକ୍ତ କରାଯାଇଛି। ଓମାରଙ୍କ ଉପରେ ଲାଗିଥିବା ପିଏସ୍‌ଏ ହଟାଇ ଦିଆଯାଇଛି ବୋଲି ଜମ୍ମୁ-କଶ୍ମୀରର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଓମାରଙ୍କ ଭଉଣୀ ସାରା ଅବଦ୍ଦୁଲା ପାଇଲଟ ଗୃହବନ୍ଦୀରୁ ତାଙ୍କୁ ମୁକୁଳାଇବା ପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ମାର୍ଚ୍ଚ ୧୮ରେ ଏହି ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ କଶ୍ମୀର ପ୍ରଶାସନଙ୍କୁ ତୁରନ୍ତ ଓମାରଙ୍କୁ ମୁକୁଳାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟ ୫ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ପରେ ଘାଟିରେ ସୁରକ୍ଷା ଦୃଷ୍ଟିରୁ କେତେକ ରାଜନେତାଙ୍କୁ ଗୃହବନ୍ଦୀ କରି ରଖାଯାଇଥିଲା। ଗତ କିଛି ଦିନ ତଳେ ଓମାରଙ୍କ ବାପା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦ୍ଦୁଲା ମଧ୍ୟ ଗୃହବନ୍ଦୀରୁ ମୁକୁଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri