୮ମ ଜିଲା ମହୋତ୍ସବ ଉଦ୍‌ଘାଟିତ, ସୁପ୍ତ ପ୍ରତିଭା ଜାଗ୍ରତ କରିବା ମହୋତ୍ସବର ଲକ୍ଷ୍ୟ

ଅନୁଗୋଳ ଅଫିସ୍‌, ୧୨।୨ – ଅନୁଗୋଳ ଷ୍ଟାଡିୟମଠାରେ ମଙ୍ଗଳବାର ୮ମ ଜିଲା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲାପାଳ ତଥା ସଂସ୍କୃତି ପରିଷଦ ଅଧ୍ୟକ୍ଷ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥିଭାବେ ବିଧାନସଭାର ଉପବାଚସ୍ପତି ତଥା ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏମ୍‌ପି ମହେଶ କୁମାର ସାହୁ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଆଠମଲ୍ଲିକ ବିଧାୟକ ରମେଶ କୁମାର ସାଏ, ରାଜ୍ୟ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ମୀନକେତନ ଅମାନ୍ତ ଓ ଜିଲା ପରିଷଦ ସଭାପତି ବାସନ୍ତୀ କିଷାନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଅତିଥିଙ୍କ ଦ୍ୱାରା ସ୍ମରଣିକା ଉନ୍ମୋଚନ ହୋଇଥିବାବେଳେ ଜିଲାପାଳ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଚଳିତବର୍ଷ ଜଳ ସଂରକ୍ଷଣକୁ ଜିଲା ମହୋତ୍ସବର ବାର୍ତ୍ତା ଭାବେ ରଖାଯାଇଛି।
କାର୍ଯ୍ୟକ୍ରମରେ ଯୋଗଦେଇଥିବା ଏମ୍‌ପି ସାହୁ କହିଥିଲେ ଯେ, ଜିଲାରେ ଖଣି, ଜଳ ଓ ବନ ସମ୍ପଦ ଭରି ରହିଛି। ଏହାର ସଦୁପଯୋଗ କରାଯାଇପାରିଲେ ଜଳ ସଂରକ୍ଷଣ ହୋଇପାରିବ। ଜିଲା ମହୋତ୍ସବର ମୁଖ୍ୟ ଲକ୍ଷ୍ୟ ହେଉଛି ଜିଲାରେ ଥିବା ସୁପ୍ତ ପ୍ରତିଭାଙ୍କୁ ଜାଗ୍ରତ କରାଯିବା ବୋଲି ଏମ୍‌ପି ସାହୁ ପ୍ରକାଶ କରିଥିଲେ। ମୁଖ୍ୟଅତିଥି ବିଧାୟକ ସିଂହ କହିଥିଲେ, ୭ମ ରୁ ୮ମ ଜିଲା ମହୋତ୍ସବ ସମୟ ମଧ୍ୟରେ ଜିଲାରେ ବହୁ କିଛି ପରିବର୍ତ୍ତନ ହୋଇଛି। ବିଶେଷକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତି ଘଟିଛି। ଟ୍ରମା କେୟାର ସେଣ୍ଟର ଖୋଲିବାର ବ୍ୟବସ୍ଥା ହେଉଥିବାବେଳେ ଶଯ୍ୟା ସଂଖ୍ୟା ୨ଶହକୁ ବୃଦ୍ଧି ପାଇବ। ବିଳମ୍ବରେ ହେଲେ ମଧ୍ୟ ଖୁବ୍‌ଶୀଘ୍ର ଜାତୀୟ ରାଜପଥରରେ ବାଇପାସ୍‌ ଫିଟିବ। ଖଣି ଓ ସ୍ବାସ୍ଥ୍ୟ ପାଇଁ ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌) ବ୍ୟବହାର ହେଉଥିବାବେଳେ ଶିକ୍ଷା କ୍ଷେତ୍ରରେ ମଧ୍ୟ ଏହି ପାଣ୍ଠି ଖର୍ଚ୍ଚ କରାଯିବା ନିମନ୍ତେ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?