୮ମ ଜିଲା ମହୋତ୍ସବ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୩।୧ – ଅଷ୍ଟମ ଜିଲା ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ମଶାଲ ଶୋଭାଯାତ୍ରା ଚଳିତ ମାସ ୩୦ ତାରିଖରେ ଅନୁଷ୍ଠିତ ହେବ। ଏହି ଶୋଭାଯାତ୍ରାର ସୁପରିଚାଳନା ପାଇଁ ବୁଧବାର ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ୩ଟି ପ୍ରସିଦ୍ଧ ଶୈବକ୍ଷେତ୍ର ପାଲଲହଡ଼ାର ଖୁଲୁଡ଼ି, ଆଠମଲ୍ଲିକର ଦେଉଳଝରି ଓ ଅନୁଗୋଳ ସାତକୋଶିଆ ମନ୍ଦିରରୁ ପୂଜାର୍ଚ୍ଚନା କରାଯାଇ ତାଳଚେରର ମା’ ହିଙ୍ଗୁଳା ପୀଠରେ ୩ଟି ମଶାଲ ଏକାଠି ହେବ। ସେଠାରେ ପୂଜାର୍ଚ୍ଚନା ପରେ ଉକ୍ତ ମଶାଲ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ଜିଲା ମହୋତ୍ସବ ପର୍ଯ୍ୟନ୍ତ ରଖାଯିବ।
ଫେବୃୟାରୀ ୭ରେ ମହୋତ୍ସବର ଉଦ୍‌ଘାଟନ ଦିବସରେ ଏହି ମଶାଲ ଶୋଭାଯାତ୍ରା ସହର ପରିକ୍ରମା କରି ଅନୁଗୋଳ ଷ୍ଟାଡିୟମ ଠାରେ ୯ ତାରିଖ ପର୍ଯ୍ୟନ୍ତ ରଖାଯିବ। ଚଳିତ ବର୍ଷ ମହୋତ୍ସବର ବାର୍ତ୍ତା ଜଳ ସଂରକ୍ଷଣ ସହ ବିଭିନ୍ନ ବିଭାଗର କାର୍ଯ୍ୟାବଳୀକୁ ନେଇ ୩ଟି ସ୍ଥାନରୁ ସଚେତନତା ରଥ ବାହାରିବ। ସାତକୋଶିଆରୁ ବାହାରୁଥିବା ମଶାଲର ଦାୟିତ୍ୱ ଜିଲାପାଳ ମନୋଜ କୁମାର ମହାନ୍ତି ନେଉଥିବାବେଳେ ଆଠମଲ୍ଲିକ ଓ ପାଲଲହଡ଼ାରୁ ବାହାରୁଥିବା ମଶାଲର ଦାୟିତ୍ୱ ଯଥାକ୍ରମେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଓ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟଙ୍କୁ ଦିଆଯାଇଛି। ସବୁ ବର୍ଗର ଲୋକମାନେ କିପରି ଅଧିକ ସଂଖ୍ୟାରେ ଯୋଗ ଦେଇପାରିବେ ସେଥିପାଇଁ ବିଭାଗୀୟ ଅଧିକାରୀମାନେ ବିଶେଷ ଯତ୍ନବାନ ହେବାକୁ ଅତିରିକ୍ତ ଜିଲାପାଳ ପରାମର୍ଶ ଦେଇଥିଲେ। ମଶାଲ ଶୋଭାଯାତ୍ରା ପରେ ସମସ୍ତ ୮ ବ୍ଲକ ଓ ୩ ପୌର ପରିଷଦରେ ଏକ ମହୋତ୍ସବ କରି ଗୋଟିଏ ଲେଖାଏ ଶ୍ରେଷ୍ଠ ଲୋକନୃତ୍ୟ ଦଳକୁ ମୁଖ୍ୟ ଉତ୍ସବରେ ଅଂଶଗ୍ରହଣ କରିବାକୁ ସୁଯୋଗ ଦିଆଯିବ। ମହୋତ୍ସବର ସଫଳ ଆୟୋଜନ ପାଇଁ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ, ଅନୁଗୋଳ ତହସିଲଦାର ନେହେରୁ ମାଝି, ଅନୁଗୋଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାୟାଧର ବେହେରା, ଆସିଷ୍ଟାଣ୍ଟ କଲେକ୍ଟର ସୋଫି ସାଇନିକା, ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଉପସଭାପତି ଭବାନୀ ମିଶ୍ର, କଳାକାରର ସଭାପତି ଭୂପେଶ ଚନ୍ଦ୍ର ପ୍ରଧାନ, ନୃତ୍ୟ ନିଳୟର ସ୍ବପ୍ନାରାଣୀ ସିହ୍ନା, ଜିଲା ସଂସ୍କୃତି ପରିଷଦର ସଦସ୍ୟ ଧରଣୀଧର ନାଥ ଓ କଳାକାରର ସଦସ୍ୟ ରଞ୍ଜନ ବେହେରାଙ୍କ ସମେତ ବିଭିନ୍ନ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସିଡିପିଓ ଓ ପୌର ପରିଷଦର କର୍ମକର୍ତ୍ତାମାନେ ଯୋଗଦେଇଥିଲେ। ଚଳିତ ମାସରେ ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଚୂଡ଼ାନ୍ତ କାର୍ଯ୍ୟସୂଚୀ ସ୍ଥିର କରାଯିବ ବୋଲି ଅତିରିକ୍ତ ଜିଲାପାଳ ପ୍ରକାଶ କରିଛନ୍ତି। ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri