୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ କରିଛନ୍ତି। ସେ ସ୍ଥାନୀୟ ଉନାଠାରୁ ବଡ଼ସର ପର୍ଯ୍ୟନ୍ତ କୌଣସି ସ୍ଥାନରେ ନ ରହି ଲଗାତାର ସାଇକେଲ ଚଳାଇଥିଲେ। ଏବେ ଏହି କାର୍ଯ୍ୟ ପାଇଁ ଛାତ୍ର ଗୁରଦେବ ଠାକୁର ଅନ୍ତର୍ଜାତୀୟ ରେକର୍ଡ ବୁକ୍‌ରେ କମ୍‌ ବୟସ୍କ ସାଇକେଲ ଚାଳକ ଭାବେ ସ୍ଥାନୀତ ହୋଇଛନ୍ତି। ସେ ପ୍ରତିଦିନ ଉନାଠାରୁ ରାୟପୁର ପର୍ଯ୍ୟନ୍ତ ସାଇକେଲ ଚଳାଇବା ଅଭ୍ୟାସ କରୁଥିଲେ। ଏବେ ସେ ଉନାଠାରୁ ଦିଲ୍ଲୀ ସାଇକେଲ ଚଳାଇବା ଲାଗି ଲକ୍ଷ୍ୟ ରଖିଛନ୍ତି। ଗୁରଦେବ ୪ ବର୍ଷ ବୟସରୁ ସାଇକେଲ ଚଳାଇବା ଆରମ୍ଭ କରିଥିଲେ। ରୋଲର ସ୍କେଟିଂ ପ୍ରତି ତାଙ୍କର ରୁଚି ରହିଛି। ଏଥିରେ ସେ ସିବିଏସ୍‌ଇର ଜାତୀୟସ୍ତରୀୟ ପ୍ରତିଯୋଗିତାରେ ୫ମ ସ୍ଥାନ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri