୮ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆଜିଠୁ ମିଳିବ ଆଡମିଟ୍‌ କାଡର୍ର୍

କଟକ ଅଫିସ,୨।୭: ଆସନ୍ତା ୮ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏଥିପାଇଁ ଆଡମିଟ୍‌ କାର୍ଡ ମଙ୍ଗଳବାରଠାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ର ୱେବସାଇଟ www.bseodisha.ac.inରେ ଉପଲବ୍ଧ ହେବ। ଏହାକୁ ପରୀକ୍ଷାର୍ଥୀ ଡାଉନଲୋଡ କରିପାରିବେ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ନୀହାର ରଞ୍ଜନ ମହାନ୍ତି କହିଛନ୍ତି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ସମାନ ଦିନରେ ଆରମ୍ଭ ହେବ। ଏହି ପରୀକ୍ଷାର୍ଥୀମାନଙ୍କ ଆଡମିଟ କାର୍ଡ ଜୁଲାଇ ୩ରେ ୱେବସାଇଟରେ ଉପଲବ୍ଧ ହେବ ବୋଲି ଡ. ମହାନ୍ତି କହିଥିଲେ। ସୂଚନାଥାଉ କି, ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୮ରୁ ୧୪ ତାରିଖ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୨୨ଟି ପରୀକ୍ଷା କେନ୍ଦ୍ରରେ ୨୭,୬୧୬ଜଣ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ଓ ୫୫ଟି ପରୀକ୍ଷା କେନ୍ଦ୍ରରେ ୯୦୩୩ଜଣ ପରୀକ୍ଷାର୍ଥୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦେବେ। ପରୀକ୍ଷାର୍ଥୀମାନେ ବୋର୍ଡର ୱେବସାଇଟ୍‌ରେ ନିଜ ପରୀକ୍ଷା କେନ୍ଦ୍ର ସମ୍ପର୍କରେ ମଧ୍ୟ ସୂଚନା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri