୮ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହ ଉପଲକ୍ଷେ ଡିସେମ୍ବର ୮ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ। ରବିବାର ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହର ଦ୍ୱିତୀୟ ଦିବସ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏହି ସୂଚନା ଦେଇଛନ୍ତି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର, ପୂର୍ବତନ ଛାତ୍ରୀଛାତ୍ରଙ୍କୁ ଯୋଗଦେବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି।
ରବିବାର ଅନୁଷ୍ଠିତ ଆଲୁମ୍‌ନି ମିଟ୍‌ରେ ସମ୍ମାନିତ ଅତିଥିଭାବେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ ଛାତ୍ର ଜୀବନର ଅନୁଭୂତିକୁ ବଖାଣିବା ସହ ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ ଆସିଲେ ବୟସ କମେ ଓ ହାର୍ଟ ବିଟ୍‌ ବଢ଼େ ବୋଲି କହିଥିଲେ। ସେହିଭଳି ସମ୍ମାନିତ ଅତିଥିଭାବେ ଏମ୍‌ପି ଅଚ୍ୟୁତ ସାମନ୍ତ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼େଇ, ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ, ପୂର୍ବତନ ପିସିସି ସଭାପତି ପ୍ରସାଦ କୁମାର ହରିଚନ୍ଦନ, ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ ପ୍ରମୁଖ ଯୋଗଦେଇଥିଲେ। ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ମଞ୍ଚରେ ଉପସ୍ଥିତ ଥିଲେ। ବିଶ୍ୱବିଦ୍ୟାଳୟ କୁଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ରେଜିଷ୍ଟ୍ରାର ଦୟାନିଧି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ୫ ଦିନ ଧରି ଚାଲିଥିବା ଏହି ପ୍ଲାଟିନମ ଜୁବିଲି ପାଳନର ଆଜିର କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ପୁରାତନ ଛାତ୍ରୀଛାତ୍ର ଏକାଠି ହୋଇଥିଲେ। ନିଜ ନିଜ ବିଭାଗରେ ପ୍ରଥମେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହୋଇଥିଲା। ଏହାପରେ ବିଜୁ ପଟ୍ଟନାୟକ ସ୍ପୋର୍ଟସ କମ୍ଲେକ୍ସରେ ମିଳିତ ସଭାର ଆୟୋଜନ ହୋଇଥିଲା। ଏଥିରେ ବହୁସଂଖ୍ୟାରେ ନେତା, ମନ୍ତ୍ରୀ, ପ୍ରଶାସକ ଯେଉଁମାନେ ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ରୀଛାତ୍ର ଥିଲେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?