୮ରେ ଜାତୀୟ କୃମିନାଶ ଦିବସ: ୧କୋଟିରୁ ଅଧିକ ପିଲାଙ୍କୁ ଦିଆଯିବ ବଟିକା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତି ୬ମାସରେ ଥରେ ୧ବର୍ଷରୁ ୧୯ ବର୍ଷ ପର୍ଯ୍ୟନ୍ତ କୃମିନାଶ ଔଷଧ ଓ ୯ମାସରୁ ୫ବର୍ଷ ପର୍ଯ୍ୟନ୍ତ ପିଲାମାନଙ୍କୁ ଭିଟାମିନ୍‌ ‘ଏ’ର ଦ୍ରବଣ ଖାଇବାକୁ ଦିଆଯାଉଛି। ନିୟମିତ କୃମିନାଶ ଔଷଧ ଖାଇବା ଦ୍ୱାରା ପିଲାମାନେ ଏହି ପରଜୀବି ସଂକ୍ରମଣ ଦ୍ୱାରା ହେଉଥିବା ରକ୍ତହୀନତା, ପୁଷ୍ଟିହୀନତା ଜନିତ ଶାରିରୀକ, ମାନସିକ, ବୌଦ୍ଧିକ ବିକାଶର ବାଧାରୁ ରକ୍ଷା ପାଆନ୍ତି। ଚଳିତବର୍ଷ ଅଗଷ୍ଟ ମାସରେ ହେଉଥିବା ଏହି ଅଭିଯାନରେ ରାଜ୍ୟ ସରକାର ୧ବର୍ଷରୁ ୧୯ବର୍ଷ ମଧ୍ୟରେ ୧କୋଟି ୩୦ ଲକ୍ଷ ପିଲାମାନଙ୍କୁ ଏହି ବଟିକା ଖାଇବାକୁ ଦେବା ପାଇଁ ଯୋଜନା କରିଛନ୍ତି। ଆସନ୍ତା ୮ ତାରିଖରେ ୧ବର୍ଷରୁ ୧୯ବର୍ଷ ପର୍ଯ୍ୟନ୍ତ ସମସ୍ତ ପିଲାମାନଙ୍କୁ ମାଗଣାରେ ଏହି ଔଷଧ ଖାଇବାକୁ ଦିଆଯିବ। ଯେଉଁ ପିଲାମାନେ ଅସୁସ୍ଥତା ବଶତଃ କିମ୍ବା ଅନୁପସ୍ଥିତ ରହିବା ଯୋଗୁ ଏହି ବଟିକା ଖାଇ ପାରି ନ ଥିବେ ସେମାନେ ୧୬ ତାରିଖରେ ଏହି ବଟିକା ଖାଇବେ ବୋଲି ମଙ୍ଗଳବାର ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀ କୁହାଯାଇଛି। ସେହିପରି ୧ରୁ ୩ ବର୍ଷ ବୟସ ପିଲାମାନଙ୍କୁ କୃମିନାଶ ସିରପ୍‌ ଏବଂ ୪ ଓ ୫ ବର୍ଷ ବୟସ ପିଲାମାନଙ୍କୁ କୃମିନାଶ ବଟିକା ଗୁଣ୍ଡ କରି ସଫା ପାଣିରେ ମିଶାଇ ଅଙ୍ଗନଓ୍ବାଡି କେନ୍ଦ୍ରରେ ଖାଇବାକୁ ଦିଆଯିବ। ୬ରୁ ୧୯ବର୍ଷ ପର୍ଯ୍ୟନ୍ତ ପିଲାମାନଙ୍କୁ ସେମାନେ ପଢୁଥିବା ବିଦ୍ୟାଳୟରେ ଶିକ୍ଷକମାନେ ଏହି ବଟିକା ଖାଇବାକୁ ଦେବେ। ବିଦ୍ୟାଳୟକୁ ଯାଉ ନ ଥିବା ୬ରୁ ୧୯ବର୍ଷ ପର୍ଯ୍ୟନ୍ତ ପିଲାମାନଙ୍କୁ ଏହି ଔଷଧ ଅଙ୍ଗନଓ୍ବାଡି କର୍ମୀ ଓ ଦମନ ସ୍ବେଚ୍ଛାସେବୀଙ୍କ ଦ୍ୱାରା ଖାଇବାକୁ ଦିଆଯିବ। ଏଥିରେ ଆଶାକର୍ମୀ ସହାୟତା କରିବେ। ସେହିପରି ଫାଇଲେରିଆ ବ୍ୟାପକତା ଥିବାରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, ଢେଙ୍କାନାଳ ଓ ନୂଆପଡ଼ା ଆଦି ୫ଟି ଜିଲାରେ ଘରକୁ ଘର ବୁଲି ୨ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଫାଇଲେରିଆ ବଟିକା ସହିତ କୃମିନାଶ ବଟିକା ଦିଆଯିବ। ଏହାଛଡ଼ା ରାଜ୍ୟ ସରକାରଙ୍କ ଦ୍ୱାରା ଏହି ଚଳିତ ମାସରେ ୩୦ଟି ଜିଲାରେ ୯ମାସରୁ ୫ବର୍ଷ ବୟସ ପର୍ଯ୍ୟନ୍ତ ସମସ୍ତ ପିଲାମାନଙ୍କୁ ଟୀକାକରଣ କେନ୍ଦ୍ର ଓ ସ୍ବତନ୍ତ୍ର ଗ୍ରାମ୍ୟ ସ୍ବାସ୍ଥ୍ୟ ଓ ପୁଷ୍ଟି ଦିବସରେ ଭିଟାମିନ୍‌ ‘ଏ’ ଦ୍ରବଣ ଖାଇବାକୁ ଦିଆଯିବ ବୋଲି ସୂଚନା ଦିଆଯାଇଛି। ଇମେଜ୍‌ଠାରେ ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ପରିବାର କଲ୍ୟାଣ ନିର୍ଦ୍ଦେଶକ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଓ ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri