୮ରେ ପୁରୀ ଡିଭିଜନରେ ପକ୍ଷୀ ଗଣନା

ପୁରୀ ଅଫିସ, ୫।୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଆସନ୍ତା ୮ତାରିଖରେ ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହିଦିନ ଗଣନା କରାଯିବାକୁ ପୂର୍ବରୁ ସ୍ଥିର ହୋଇଥିଲା। ଏଥିପାଇଁ ୨ତାରିଖରେ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଗଣନାରେ ସାମିଲ ହେବାକୁ ଥିବା କର୍ମଚାରୀଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। କିନ୍ତୁ ୩ତାରିଖରେ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ପରେ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା। ଆସନ୍ତା ୮ତାରିଖ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଏହି ଗଣନା ହେବ ବୋଲି ପୁରୀ ଡିଏଫ୍‌ଓ ହର୍ଷବର୍ଦ୍ଧନ ଉଦ୍‌ଗାତା କହିଛନ୍ତି।
ଡିଏଫ୍‌ଓଙ୍କ ସୂଚନା ମୁତାବକ, ପୁରୀ ଡିଭିଜନରେ ୫ଟି ରେଞ୍ଜ ବାଲୁଖଣ୍ଡ, କୋଣାର୍କ, ଅସ୍ତରଙ୍ଗ, ଗୋପ, ବ୍ରହ୍ମଗିରି ରହିଛି। ପକ୍ଷୀ ଗଣନା ପାଇଁ ସମସ୍ତ ରେଞ୍ଜ ଅଫିସର, ଫରେଷ୍ଟର, ଗାର୍ଡ ଓ ଅନ୍ୟ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। ପୁରୀ ଡିଭିଜନ ଅନ୍ତର୍ଗତ ଯେଉଁସବୁ ସ୍ଥାନରେ ଜଳାଶୟ ରହିଛି ଏବଂ ପକ୍ଷୀ ଆସିଛନ୍ତି ସେ ସବୁ ସ୍ଥାନରେ ଗଣନା କରାଯିବ। ଏଥିଲାଗି ୨୩ଟି ସ୍ଥାନ ଚିହ୍ନଟ କରାଯାଇ ୨୩ ଟିମ୍‌ ଗଠନ ହୋଇଛି। ଏରିଆ ଓ ପକ୍ଷୀଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରତି ଟିମ୍‌ରେ ୩ରୁ ୪ଜଣ ଲେଖାଏ ସଦସ୍ୟ ରହିବେ। ରତ୍ନଚିରା, ଗଙ୍ଗାଦେବୀ, କୁଶଭଦ୍ରା, ପ୍ରାଚୀ, କେଳୁଣୀ ମୁହାଣ, କାଦୁଆ ନଦୀ ପ୍ରଭୃତି ୨୩ଟି ସ୍ଥାନରେ ଏହି ଗଣନା ହେବ। ଏଥିରେ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ବାବଧାରକ, ବନ୍ୟପ୍ରାଣୀ ପ୍ରେମୀ ଓ ବନ୍ୟପ୍ରାଣୀ ବିଶେଷଜ୍ଞ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri