Posted inଜାତୀୟ

୮୦ ଘଣ୍ଟାର ଅପରେଶନ : ବୋର୍‌ଓ୍ବେଲରୁ ସୁଜିତ୍‌ଙ୍କ ମୃତଦେହ ଉଦ୍ଧାର

ତିରୁଚିରାପଲ୍ଲୀ/ଚେନ୍ନାଇ ୩୦ା୧୦(ପି.ଟି.): ଦୀର୍ଘ ୮୦ ଘଣ୍ଟାର ରେସ୍କ୍ୟୁ ଅପରେଶନ ସତ୍ତ୍ୱେ ତାମିଲନାଡ଼ୁର ନଡ଼ୁକଟ୍ଟାପୁଟ୍ଟି ବୋର୍‌ଓ୍ବେଲରେ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ୍‌ ଓ୍ବିଲିୟମଙ୍କୁ ଜୀବିତ ଉଦ୍ଧାର କରାଯାଇ ପାରିନାହିଁ। ପ୍ରଶାସନର ସମସ୍ତ ପ୍ରୟାସ ବୃଥା ହୋଇଛି। ସୁଜିତ୍‌୍‌ ଶୁକ୍ରବାର ସନ୍ଧ୍ୟାରେ ଘର ପାଖରେ ଖେଳୁଥିବାବେଳେ ସେଠାରେ ଥିବା ଏକ ପରିତ୍ୟକ୍ତ ବୋର୍‌ଓ୍ବେଲରେ ଖସିପଡ଼ିଥିଲେ। ଏନ୍‌ଡିଆର୍‌ଏଫ୍‌ ସହଯୋଗ କ୍ରମେ ମଙ୍ଗଳବାର ଶିଶୁଟିର ମୃତଦେହକୁ ଉଦ୍ଧାର କରାଯାଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଫତିମାନଗର କବଳରସ୍ଥଳୀକୁ ମରଶରୀରକୁ ଶେଷକୃତ୍ୟ ଲାଗି ନିଆଯାଇଥିଲା।
ସୁଜିତ୍‌ ନୁହନ୍ତି, ପ୍ରଶାସନର ଅବହେଳାରୁ ଗତ ୧୫ ବର୍ଷ ମଧ୍ୟରେ ତାମିଲନାଡ଼ୁରେ ଏଭଳି ୧୦ଜଣ ଶିଶୁ ପରିତ୍ୟକ୍ତ ବୋର୍‌ଓ୍ବେଲରେ ଫଶି ପ୍ରାଣ ହରାଇଥିବା ଜଣାପଡ଼ିଛି। ମୃତ୍ୟୁକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଥିବା ବେଳେ ଅଧିକାରୀଙ୍କ ଅବହେଳା ଓ ଅତ୍ୟଧିକ ବିଳମ୍ବକୁ ଦାୟୀ କରାଯାଇଛି। ଭବିଷ୍ୟତରେ ଏଭଳି ପରିସ୍ଥିତିରୁ ଦୂରେଇ ରହିବା ଲାଗି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବାକୁ ଏଥିରେ ଦର୍ଶାଯାଇଛି। ଆଇନଜୀବୀ ଜି. ଏସ୍‌. ମଣିଙ୍କ ଦ୍ୱାରା ଏହି ଜନସ୍ବାର୍ଥ ମମଲା ଦାଏର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri