୮୦ ବର୍ଷୀୟା ମହିଳାଙ୍କୁୁ ମିଳୁନି ଭତ୍ତା 

ବଡ଼ସାହି,୫ା୨(ସ୍ବ.ପ୍ର)-୩୦ ବର୍ଷ ତଳେ ସ୍ବାମୀ ଆର ପାରିକୁ ଚାଲି ଗଲେଣି। ବୟସ  ୮୦ ଛୁଇଁଲାଣି ା ଅଣ୍ଟାରେ ବଳ ନ ଥିବା ବେଳେ ଚାଲିବାକୁ ଅକ୍ଷମ ା ଏପରି ସ୍ଥଳେ ଆତ୍ମୀୟ ମୁହଁ ଫେରାଇ ନେଇ ଥିବାରୁ କେବଳ ନାତି ଆଶ୍ରାରେ ଦିନ ବିତୁଛି ା ପଞ୍ଚାୟତ ଓ ବ୍ଲକ କାର୍ଯ୍ୟାଳୟରେ ବାରମ୍ବାର ଦରଖାସ୍ତ ଦେବା ପରେ ମଧ୍ୟ ଅଦ୍ୟାବଧି ସରକାରୀ ଭତ୍ତା ଖଣ୍ଡିକ ତାଙ୍କ ପାଇଁ ସାତ ସପନ ପାଲଟିଛି ା ଏପରି ଏକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ କେନ୍ଦୁଆସାହି ଗ୍ରାମରେ ଥିବା ଗୁରୁବାରୀ ସିଂଙ୍କ ଠାରେ ା ବର୍ଷ ବର୍ଷ ବିତି ଯାଇଥିଲେ ମଧ୍ୟ ସରକାରୀସ୍ତରରେ କୌଣସି ସୁବିଧା ଯୋଗାଇ ଦିଆଯାଇ ନାହିଁ ା ନା ଅଛି ବିପିଏଲ କାର୍ଡ ନା ମିଳିଛି ପକ୍କା ଘର। ନାତିର ହାତ ଟେକାକୁ ଚାହିଁ ବସି ରହିଛନ୍ତି ବୃଦ୍ଧା ଜଣକ। ବାର୍ଦ୍ଧକ୍ୟ ଅବସ୍ଥାରେ ୩ ପୁଅଙ୍କ ଆର୍ଥିକ ସ୍ଥିତି ସଚ୍ଛଳ ନ ଥିବାରୁ ଭାଗ୍ୟକୁ ଆଦରି ନାତି ପାଖରେ ପଡିରହିଛନ୍ତି ସେ।  ତେବେ ସରକାରୀସ୍ତରରେ ଦିଆଯାଉଥିବା ବାର୍ଦ୍ଧକ୍ୟ କିମ୍ବା ବିଧବା ଭତ୍ତା ଖଣ୍ଡିକ ତାଙ୍କ ଠାରୁ ଦୂରେଇ ଯାଇଛି ବୋଲି କୋହଭରା କଣ୍ଠରେ ସେ ପ୍ରକାଶ କରିଛନ୍ତି ା ପୂର୍ବରୁ ଭତ୍ତା କରାଇଦେବାକୁ ତାଙ୍କୁ ଲାଞ୍ଚ ମଗା ଯାଇଥିଲା। କିନ୍ତୁ  ସେ ଅକ୍ଷମତା ପ୍ରକାଶ କରିବାର ଆଜି ପର୍ଯ୍ୟନ୍ତ ତାଙ୍କୁ ଭତ୍ତା ମିଳି ପାରି ନାହିଁ।  ଏନେଇ ସେ ବ୍ଲକରେ ଚାଲିଥିବା ଜିଲାପାଳଙ୍କ ଜନଶୁଣାଣି ଶିବରରେ ମଧ୍ୟ ଆବେଦନ କରିଥିଲେ ା ମାତ୍ର ବ୍ଲକଠାରୁ ଜିଲା ପ୍ରଶାସନ ପର୍ଯ୍ୟନ୍ତ ଗୁରୁବାରୀର କରୁଣ ଦୁଃଖକୁ କେହି କର୍ଣ୍ଣପାତ କରି ନ ଥିଲେ ା ଖୁବ୍‌ ଶୀଘ୍ର ବୃଦ୍ଧାଙ୍କୁ ଭତ୍ତା ପ୍ରଦାନ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ  ସରପଞ୍ଚ ସୁପ୍ରଭା ସିଂଙ୍କୁ ପଚାରିବାରୁ ମୁଁ ସରପଞ୍ଚ ହେବା ପରେ ଏପରି ଅଭିଯୋଗ ଆସିନାହିଁ ା ତେବେ ବୃଦ୍ଧାଙ୍କ ଘରକୁ ଯାଇ ସମସ୍ୟାର ସମାଧାନ କରିବା ସହ ସମସ୍ତ ସରକାରୀ ସୁବିଧା ଯୋଗାଇ ଦେବାକୁ ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri