୮୩୮୦ ବୋତଲ କଫ ସିରପ୍‌ ଜବତ, ୩ ଗିରଫ

ବରଗଡ଼,୨୭।୮(ପ୍ରେମାନନ୍ଦ ଖମାରୀ) ବରଗଡ଼ ପୋଲିସ କଟକର ଏକ ଗୋଦାମରେ ଚଢ଼ାଉ କରି ୮୩୮୦ ବୋତଲ କଫ ସିରପ୍‌ ଜବତ କରିଛି। ଏହାସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚୌଦ୍ୱାର ଥାନା ଚାରବାଟିଆର ସିଦ୍ଧାର୍ଥ କୁମାର ନାୟକ(୩୫), ମାଲଗୋଦାମ ଥାନା କଲେଜ ସ୍କୋୟାର ବାସିନ୍ଦା ପୂର୍ଣ୍ଣଚନ୍ଦ୍ର ବେହେରା(୪୪) ଏବଂ ବରଗଡ଼ ଟାଉନ ଥାନା ଗଙ୍ଗାଧର ନଗର ବାସିନ୍ଦା ଲକ୍ଷ୍ମୀଧର ମେହେର(୩୦)। ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ସେମାନଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ଏକ ମାମଲା (ନଂ.୫୨୮।୨୩) ରୁଜୁ ହୋଇଛି । ଗତ ୨୨ତାରିଖରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବରଗଡ଼ ପୋଲିସ ୭,୮୦୦ବୋତଲ କଫ୍‌ ସିରଫ ଜବତ କରିବା ସହ ୬୦ ଜଣଙ୍କୁ ଗିରଫ କରିଥିଲା। ଅଭିଯୁକ୍ତଙ୍କ ବୟାନକୁ ଆଧାର କରି କଟକରେ ଏହି ଚଢ଼ାଉ କରାଯାଇଥିଲା ା ତେବେ ଏଠାରୁ ଗିରଫ ୩ ଅଭିଯୁକ୍ତଙ୍କୁ ଜେରାବେଳେ ଦିଲ୍ଲୀରେ ଥିବା ମାକ୍ସ ଫାର୍ମାସିଉଟିକାଲ ପ୍ରାଇଭେଟ୍‌ ଲିମିଟେଡ୍‌ରୁ କଟକର ଗୋଦାମକୁ ତାହା ଆସିଥିବା ଜଣାପଡ଼ିଥିଲା। ମାକ୍ସ ଫାର୍ମାସିଉଟିକାଲ ପ୍ରାଇଭେଟ୍‌ ଲିମିଟେଡ୍‌, ଦିଲ୍ଲୀ ଆକାଉଣ୍ଟରେ ରହିଥିବା ୩୨ଲକ୍ଷ ୯୨ହଜାର ୫୮୨ଟଙ୍କାକୁ ଫ୍ରିଜ୍‌ କରାଯାଇଥିବା ଏସ୍‌ପି ପି.ଏସ୍‌. ମୀନା ସୂଚନା ଦେଇଛନ୍ତି। ସେହିପରି ଜବତ ହୋଇଥିବା କଫ ସିରପ୍‌ର ବ୍ୟାଚ୍‌ ନମ୍ବରକୁ ଯାଞ୍ଚ କରାଯିବାରୁ ତାହା ହିମାଚଳ ପ୍ରଦେଶର ଏକ କମ୍ପାନୀରୁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି ଏବଂ ଏ ନେଇ ଅଧିକ ଖୋଳତାଡ଼ ଚାଲିଛି ବୋଲି ଏସ୍‌ପି ମୀନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?