୮୭ କିଲୋ ଗଞ୍ଜେଇ ଜବତ, ୨ ଗିରଫ

ନବରଙ୍ଗପୁର,୨୪ା୬(ବି.ପ୍ର)- ପୋଲିସକୁ ଚକମା ଦେବା ପାଇଁ ଗଞ୍ଜେଇ ଚାଲାଣ କାରୀ ଏକ ଅଭିନବ ଉପାୟ ବାଛି ନେଇଥିଲେ। ପରିବା ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ କରୁଥିଲେ। ଏ ସମ୍ପର୍କରେ ଖବର ପାଇ ନବରଙ୍ଗପୁର ପୋଲିସ ଚଢାଉ କରି ଏକ ନମ୍ବର ବିହିନ ୪ ଚକିଆ ଗାଡିରୁ ଗଞ୍ଜେଇ ଜବତ କରିବା ସହ ଚାଲାଣକାରୀ ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଛତିଶଗଡ ରାୟପୁର ଜିଲା ରାମଭାଟା ଗାଁର ଓମ ପ୍ରକାଶ ଚୌହାନ ଓ ଲକ୍ଷ୍ମଣ ଚୌହାନ । ଗଞ୍ଜେଇ ପ୍ୟାକେଟ କରି ଏକ ଜରି ଅଖା ବସ୍ତାରେ ରଖାଯାଇଥିଲା। ତାହା ଉପରେ ପଲିଥିନ ଆଚ୍ଛାଦିତ କରି ପରିବା ପୋଟଳ ବୋଝେଇ କରାଯାଇଥିଲା। ପୋଲିସ କୌଣସି ସୂତ୍ରରୁ ଖବର ପାଇ ତ୍ରିବେଣୀ ଛକରୁ ଗାଡିକୁ ଠାବ କରି ପିଛା କରିଥିଲା । ସହରର ଶେଷ ମୁଣ୍ଡ ମାଝିଗୁଡା ଛକ ନିକଟରେ ଗାଡି ସହ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଗିରଫ କରାଯାଇଥିଲା । ଉପଜିଲାପାଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲାପାଳ ଚୟନୁ ଗଣ୍ଡ ମାଜିଷ୍ଟ୍ରେଟ ଭାବେ ଉପସ୍ଥିତ ରହି ଜବତ ଗଞ୍ଜେଇ ଓଜନ କରାଯାଇଥିଲା । ୮୭ କିଲୋ ଗଞ୍ଜେଇ ଚାଲାଣ କରାଯାଉଥିବା ଜଣାପଡିଥିଲା। ଏସଆଇ ଦେବଦତ୍ତ ମଲ୍ଲିକ, ନିଳିମା ପାଣିଗ୍ରାହୀ, ସୁମିତ୍ରା ଜୟସିଂ, ଏସଆଇ ଖବର ସିନ୍ଦୁ ସାହୁ, ଅଶୋକ କୁମାର ଦେଓ ପ୍ରମୁଖ ଚଢାଉ କରିଥିଲେ ା ଏନେଇ ନବରଙ୍ଗପୁର ଥାନାରେ ଏକ ମାମଲା ରୁଜୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri