Posted inଜାତୀୟ

୮ କୋଟିତମ ସିଲିଣ୍ଡର ସଂଯୋଗ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ଉଜ୍ଜ୍ୱଳା ଯୋଜନା ଅଧୀନରେ ଧାର୍ଯ୍ୟ ସମୟ ପୂର୍ବରୁ ୮ କୋଟି ଏଲ୍‌ପିଜି ସଂଯୋଗ ଲକ୍ଷ୍ୟ ପୂରଣ ହୋଇଛି। ଶନିବାର ମହାରାଷ୍ଟ୍ରର ଔରଙ୍ଗାବାଦ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ କୋଟିତମ ଏଲ୍‌ପିଜି ସଂଯୋଗ ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଧାର୍ଯ୍ୟ ଲକ୍ଷ୍ୟର ୭ ମାସ ପୂର୍ବରୁ ସରକାର ଉଜ୍ଜ୍ୱଳା ଯୋଜନା ଅଧୀନରେ ୮ କୋଟି ଗରିବ ମହିଳାଙ୍କୁ ମାଗଣାରେ ଏଲ୍‌ପିଜି ସଂଯୋଗ ଦେଇପାରିଛନ୍ତି। ୨୦୧୬ ମେ ପହିଲାରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ଚଳିତବର୍ଷ ମାର୍ଚ୍ଚ ସୁଦ୍ଧା ୫ କୋଟି ଏଲ୍‌ପିଜି ସଂଯୋଗ ଦେବାର ଥିଲା। ପରେ ଏହାକୁ ୨୦୨୦ ମାର୍ଚ୍ଚ ସୁଦ୍ଧା ୮କୋଟିକୁ ବୃଦ୍ଧି ଲକ୍ଷ୍ୟ ରଖାଯାଇଥିଲା। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଅଧୀନରେ ସରକାର ଗରିବ ପରିବାରକୁ ମାଗଣାରେ ଗ୍ୟାସ୍‌ ସଂଯୋଗ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକୁ ସରକାର ୧୬୦୦ ଟଙ୍କାର ସବ୍‌ସିଡି ଦେଉଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri