୮ କୋର୍‌ ସେକ୍ଟର ଅଭିବୃଦ୍ଧି ୫.୫%

ନୂଆଦିଲ୍ଲୀ,୧। ୪: ଦେଶର ୮ କୋର ସେକ୍ଟର ଅଭିବୃଦ୍ଧି ଚଳିତ ବର୍ଷ ଫେବୃୟାରୀ ମାସରେ ୫.୫% ରହିଛି। ଏହା ୧୧ ମାସର ସର୍ବୋଚ୍ଚ ସ୍ତର ବୋଲି ଜଣାପଡିଛି। କୋଇଲା, ରିଫାଇନେରୀ, ଇଲେକ୍ଟ୍ରିସିଟି ଭଳି କ୍ଷେତ୍ରରେ ଫରଫରମାନ୍ସ ଉନ୍ନତ ରହିଥିବାରୁ ଏଭଳି ସ୍ଥିତି ସାମ୍ନାକୁ ଆସିଛି ବୋଲି ସରକାର ମଙ୍ଗଳବାର କହିଛନ୍ତି। ୮ କୋର୍‌ ସେକ୍ଟର ମଧ୍ୟରେ କୋଇଲା, ଅଶୋଧିତ ତୈଳ, ପ୍ରାକୃତିକ ବାଷ୍ପ, ରିଫାଇନେରୀ ଉତ୍ପାଦ, ସାର, ଇସ୍ପାତ,ସିମେଣ୍ଟ ଏବଂ ଇଲେକ୍ଟ୍ରିସିଟି ରହିଛି। ଏହି କ୍ଷେତ୍ରଗୁଡିକ ଗତ ବର୍ଷ ଫେବୃୟାରୀରେ ୨.୨% ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହୋଇଥିଲା। ମାର୍ଚ୍ଚ ୨୦୧୯ରେ ଏହି କ୍ଷେତ୍ରଗୁଡିକର ଅଭିବୃଦ୍ଧି ହାର ୫.୮% ରହିଥିଲା। ଚଳିତ ବର୍ଷ ଜାନୁୟାରୀରେ କୋର ସେକ୍ଟର ଅଭିବୃଦ୍ଧି ୧.୪% ଥିଲା। ଶିଳ୍ପ ଉତ୍ପାଦନ ସୂଚକାଙ୍କ( ଆଇଆଇପି)ରେ ଏହି କ୍ଷେତ୍ରଗୁଡିକ ପ୍ରାୟ ୪୦.୨୭% ଯୋଗଦାନ ରଖୁଛନ୍ତି। କୋଇଲା, ରିଫାଇନେରୀ ଏବଂ ଇଲେକ୍ଟ୍ରିସିଟି କ୍ଷେତ୍ରରେ ଯଥାକ୍ରମେ ୧୦.୩%, ୭.୪% ଏବଂ ୧୧% ଅଭିବୃଦ୍ଧି ହୋଇଛି। ସେହିଭଳି ଫେବୃୟାରିରେ ଅଶୋଧିତ ତୈଳ, ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ କ୍ଷେତ୍ରରେ ନକରାତ୍ମକ ଅଭିବୃଦ୍ଧି ଘଯିଛି। ସାର ଏବଂ ସିମେଣ୍ଟ ଯଥାକ୍ରମେ ୨.୯% ଏବଂ ୮.୬% ଅଭିବୃଦ୍ଧି କରିଛନ୍ତି। ଏପ୍ରିଲ-ଫେବୃୟାରୀ ସମୟରେ ୮ କୋର୍‌ ସେକ୍ଟର ଅଭିବୃଦ୍ଧି ୧%କୁ କମିଛି। ଯାହା ପୂର୍ବ ଆର୍ଥତ୍କ ବର୍ଷ ସମାନ ସମୟରେ ୪.୨% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri