Posted inଜାତୀୟ

୮ କ୍ୟାବିନେଟ କମିଟିରେ ଶାହ

ନୂଆଦିଲ୍ଲୀ,୭ା୬(ଆଇଏଏନ୍‌ଏସ୍‌):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡିକର ପୁନର୍ଗଠନ କରିଥିଲାବେଳେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ଗଠିତ ୮ଟି ଯାକ କ୍ୟାବିନେଟ କମିଟିରେ ଶାହଙ୍କୁ ନିଆଯାଇଥିବାବେଳେ ଅନ୍ୟତମ ବରିଷ୍ଠ ଭାଜପା ନେତା ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମାତ୍ର ୨ଟିରେ ସଦସ୍ୟ ଅଛନ୍ତି। ମୋଦିଙ୍କ ପ୍ରଥମ ପାଳି ସରକାରରେ ତତ୍କାଳୀନ ପ୍ରତିରକ୍ଷା ମନ୍ତ୍ରୀ ୬ଟି କମିଟି ମଧ୍ୟରୁ ଆର୍ଥିକ ବ୍ୟାପାର, ରାଜନୈତିକ ବ୍ୟାପାର ଏବଂ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟିରେ ସଦସ୍ୟ ଥିଲେ। ରାଜନାଥଙ୍କୁ ଆର୍ଥିକ ବ୍ୟାପାର ଏବଂ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟିରେ ସଦସ୍ୟ ରଖାଯାଇଥିବାବେଳେ ରାଜନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟିରେ ନିଆଯାଇନାହିଁ। ଏହି କମିଟି ସମସ୍ତ ରାଜନୈତିକ ନୀତି ନିଷ୍ପତ୍ତି ନେଇଥାଏ।
ସିଭିସି, ସିବିଆଇ ନିର୍ଦ୍ଦେଶକ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତି ଦେଉଥିବା କ୍ୟାବିନେଟ କମିଟିରେ କେବଳ ପ୍ରଧାନମନ୍ତ୍ରୀ ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଶାହ ଅଛନ୍ତି। ୮ଟି କମିଟି ମଧ୍ୟରୁ ୨ଟି ସମ୍ପୂର୍ଣ୍ଣ ନୂଆ। ପ୍ରଧାନମନ୍ତ୍ରୀ ୬ଟି କମିଟିର ମୁଖ୍ୟ ହୋଇଥିବାବେଳେ ଶାହଙ୍କୁ ଦୁଇଟି କମିଟିର ମୁଖ୍ୟ କରାଯାଇଛି। ନିଯୁକ୍ତି କମିଟି, ଆର୍ଥତ୍କ ବ୍ୟାପାର କମିଟି, ରାଜନୈତିକ ବ୍ୟାପାର କମିଟି, ସୁରକ୍ଷା କମିଟି, ନିଯୁକ୍ତି ଓ ଅଭିବୃଦ୍ଧି କମିଟି ଏବଂ ନିଯୁକ୍ତି ଓ ଦକ୍ଷତା ବିକାଶ କମିଟିର ଅଧ୍ୟକ୍ଷ ଅଛନ୍ତି ପ୍ରଧାନମନ୍ତ୍ରୀ। ଶାହଙ୍କୁ ସଂସଦୀୟ ବ୍ୟାପାର କମିଟି ଏବଂ ଥଇଥାନ କମିଟିର ଅଧ୍ୟକ୍ଷ କରାଯାଇଛି।
ଅନ୍ୟମାନଙ୍କ ମଧ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୭ଟି କମିଟିର ସଦସ୍ୟ ଥିବାବେଳେ ସଡକ ପରିବହନ ଓ ରାଜପଥ ବିଭାଗ ମନ୍ତ୍ରୀ ନୀତିନ ଗଡକରୀ ତିନୋଟି କମିଟିର ସଦସ୍ୟ ରହିଛନ୍ତି। ଭାପା ସହଯୋଗୀ ଦଳର ନେତା ରାମବିଳାସ ପାଶ୍ୱାନ, ହରସିମ୍‌ରତ କୌର ବାଦଲ ଏବଂ ଅରବନ୍ଦ ସାଓ୍ବନ୍ତଙ୍କୁ କେତେକ କମିଟିରେ ନିଆଯାଇଛି। ମନ୍ତ୍ରିମଣ୍ଡଳରେ ଶାହ ଦ୍ୱିତୀୟ ସର୍ବାଧିକ କ୍ଷମତାଶାଳୀ ହୋଇଛନ୍ତି। ଗତ ୪ ତାରିଖରେ ଅଶୋଧିତ ତୈଳ ପ୍ରସଙ୍ଗରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଶାହ ଅଧ୍ୟକ୍ଷତା କରିଥିଲେ। ଏଥିରେ ଅର୍ଥମନ୍ତ୍ରୀ ସୀତାରାମନ, ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ବାଣିଜ୍ୟ ଓ ରେଳମନ୍ତ୍ରୀ ପୀୟୂଷ ଗୋୟଲ, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri