ସପ୍ତମ ଦିନରେ ଆମରଣ ଅନଶନ:୮ ଗୁରୁତରଙ୍କୁ ଚିକିତ୍ସାଳୟରେ ଭର୍ତ୍ତି

ଚମ୍ପୁଆ,୨୩ା୬(ଡି.ଏନ.ଏ.)-ଚମ୍ପୁଆ ଉପଜିଲାପାଳ କାର୍ଯ୍ୟାଳୟ ଠାରେ ଏସ୍‌ଆର୍‌ କମ୍ପାନୀର ମନମୁଖୀ କାର୍ଯ୍ୟକୁ ବିରୋଧ କରି ବଡକାଳିମାଟି ଗ୍ରାମବାସୀଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ସପ୍ତମ ଦିନରେ ପହଞ୍ଚିଛି। ଏହାଫଳରେ ୮ଜଣ ଗୁରୁତର ହେବାରୁ ଚମ୍ପୁଆ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିବା ବେଳେ ଜଣକୁ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ମାନଙ୍କ ମଧ୍ୟରେ ହେମନ୍ତ ନାଏକ, ଗୀତା ନାଏକ, ସରୋଜିନୀ ପାତ୍ର, ଭୁବନେଶ୍ୱର ମହାକୁଡ, ଅଷ୍ଟମି ମୁଣ୍ଡା, ଶଶୀ ସିଂଙ୍କୁ ଓ ସନାତନ ବାରିକ ରହିଥିବା ବେଳେ ମୀନା ପାତ୍ରଙ୍କୁ ଜିଲା ଚିକିତ୍ସାଳୟକୁ ପଠାଯାଇଛି। ରବିବାର ସକାଳେ ଡା ଜ୍ୟୋତିରଞ୍ଜନ ମଲ୍ଲିକ ଅନଶନକାରୀଙ୍କ ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରି ୮ଜଣଙ୍କୁ ତୁରନ୍ତ ଚିକିତ୍ସାଳୟରେ ଭର୍ତ୍ତି କରିବା ପାଇଁ ପରାର୍ମଶ ଦେଇଥିଲେ। ପ୍ରଶାସନ ପକ୍ଷରୁ କିଛି ସମାଧାନର ବାଟ ନ ମିଳିବାରୁ ଅନଶନକାରୀ ନିଜ ଜିଦ୍‌ରେ ଅଟଳ ରହିଥିବା ଜଣାଯାଇଛି। ଲଗାତର ୨ ଦିନ ଧରି ବର୍ଷା ଲାଗି ରହିଥିଲେ ମଧ୍ୟ ଅନଶନ ଜାରି ରଖିଛନ୍ତି। ସୂଚନା ଅନୁସାରେ ଏସ୍‌ଆର୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବା ସହିତ ସ୍ଥାନୀୟ ଅଞ୍ଚଳର ଉନ୍ନତି କରୁ ନଥିବା, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଭଳି ମୌଳିକ ସୁବିଧା ପ୍ରଦାନ କରୁ ନ ଥିବା ଯୋଗୁଁ ବଡକାଳିମାଟି ବାସୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି ଆନ୍ଦୋଳକୁ କେନ୍ଦୁଝର ସଦରବିଧାୟକ ମୋହନ ଚରଣ ମାଝି ସମର୍ଥନ ଦେଇଛନ୍ତି। ମାତ୍ର ପ୍ରଶାସନ ପକ୍ଷରୁ ଏହାର କୌଣସି ସମାଧାନ ବାହାରି ପାରିନାହଁି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri