ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର। ଏହି ସବୁ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

