୮ ଦିନରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଛୁଇଁଲା: ୩୦୧ ମୃତ

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଲକ୍‌ ଡାଉନ୍‌ ଜାରି ସତ୍ତ୍ୱେ ଏପ୍ରିଲ୍‌ ୧୪ରୁ ୨୨ ଗତ ୮ ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୪.୭୫ ପ୍ରତିଶତରୁ ୧୭.୪୮ ପ୍ରତିଶତକୁ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାରରୁ ୨୦ ହଜାରରେ ପହଞ୍ଚିଛି। ସେହିପରି ୮ ଦିନ ମଧ୍ୟରେ ୩୦୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଦେଶରେ ପ୍ରଥମ କରୋନା ସଂକ୍ରମିତ କେରଳରେ ଜାନୁୟାରୀ ୩୦ରେ ଚିହ୍ନଟ ହୋଇଥିଲେ। ଏହାପରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିଲା। ଏପ୍ରିଲ୍‌ ୧୪ରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଟପିଥିଲା ଏବଂ ୩୯୯ ଜଣଙ୍କ ମୃତ୍ୟୁ ଘଟିଥିଲା। ଏବେ ଏପ୍ରିଲ୍‌ ୨୨ରେ ମୃତକଙ୍କ ସଂଖ୍ୟା ୬୪୦ରେ ପହଞ୍ଚିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ମହାରାଷ୍ଟ୍ରରେ ଅଧିକ ଥିବାବେଳେ କେରଳରେ କମ୍‌ ରହିଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୧୮ ଛୁଇଁଛି। ସେହିପରି କେରଳରେ ଏହା ୪୨୮ ରହିଛି। ମହାରାଷ୍ଟ୍ର ପଛକୁ ଦ୍ୱିତୀୟ ସ୍ଥାନରେ ଗୁଜରାଟ ରହିଛି। ଏଠାରେ ୨୧୭୮ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତୃତୀୟ ସ୍ଥାନରେ ଦିଲ୍ଲୀ ରହିଛି। ଦିଲ୍ଲୀରେ ୨୧୫୬ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri