୮ ମହଲାରୁ ଡେଇଁ ଜୀବନ ହାରିଲେ ବ୍ୟକ୍ତି

ଭୁବନେଶ୍ୱର,୪।୫(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଚନ୍ଦ୍ରମା ଆପାଟମେଣ୍ଟର ୮ ମହଲାରୁ ଡେଇଁ ସୋମବାର ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିୟୁସି ମୋହନ ମିଶ୍ର(୫୬)।
ମିଳିଥିବା ସୂଚନାନୁଯାୟୀ, ପିୟୁସି ଖାରବେଳନଗର ଥାନା ଅଞ୍ଚଳରେ ରହୁଥିଲେ। ତେବେ କୌଣସି କାରଣକୁ ନେଇ ସେ ଗତ କିଛିଦିନ ହେଲା ମାନସିକ ଚାପରେ ରହୁଥିଲେ। ଏପରିକି ସେ ଡାକ୍ତରଙ୍କ ପରାମର୍ଶକ୍ରମେ ମେଡିସିନ ମଧ୍ୟ ଖାଉଥିଲେ। ମାତ୍ର ତାଙ୍କର ମାନସିକ ସ୍ଥିତି ସୁଧୁରି ନ ଥିଲା। ସୋମବାର ସକାଳେ ସେ ଚନ୍ଦ୍ରମା ଆପାଟମେଣ୍ଟରେ ରହୁଥିବା ତାଙ୍କ ଶ୍ୱଶୁର ଘରକୁ ଯାଇଥିଲେ। ୮ ମହଲାରେ ଥିବା ଶ୍ୱଶୁର ଘର ଭିତରକୁ ନ ଯାଇ ବାହାରୁ ସେ ଡେଇଁ ପଡ଼ିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଖାରବେଳନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?