୮ ଶ୍ରେଣୀ ପାଇଁ ଲାଗୁ ହେବ ପାସ୍‌ ଫେଲ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ବ୍ୟବସ୍ଥା ଆସିବାକୁ ଯାଉଛି। ୨୦୦୯ ପୂର୍ବରୁ ଛାତ୍ରୀଛାତ୍ରମାନେ ବାର୍ଷିକ ପରୀକ୍ଷା ଦେଇ ଆସୁଥିଲେ। ପାସ୍‌ କରିପାରୁ ନ ଥିବା ପିଲାଙ୍କୁ ପୁନର୍ବାର ସେହି ଶ୍ରେଣୀରେ ପାଠ ପଢୁଥିଲେ। ରାଇଟ୍‌ ଟୁ ଏଜୁକେଶନ ଆକ୍ଟ ଅନୁଯାୟୀ ୨୦୦୯ରୁ ପ୍ରଥମରୁ ୮ମ ଶ୍ରେଣୀ ଯାଏ ବାର୍ଷିକ ପରୀକ୍ଷା ଓ ପାସ୍‌ଫେଲ୍‌ ବ୍ୟବସ୍ଥା ଉଠାଇ ଦିଆଯାଇଥିଲା। ଏହାଦ୍ୱାରା ପିଲାମାନେ ଶିକ୍ଷା କ୍ଷେତ୍ରରେ ଦୁର୍ବଳ ହେଉଥିବା ଲକ୍ଷ୍ୟ କରାଯିବା ପରେ ରାଜ୍ୟ ସରକାର ଏନେଇ ଗୁରୁତର ଭାବେ ଚିନ୍ତା କରିଛନ୍ତି। ଅନ୍ୟପଟେ ପିଲାମାନଙ୍କ ବାର୍ଷିକ ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ନେବାକୁ କେନ୍ଦ୍ର ସରକାର ନିକଟରେ ରାଜ୍ୟ ଉପରେ ଛାଡିଦେଇଛନ୍ତି। ଏହାକୁ ଦୃଷ୍ଟିରେ ନିକଟରେ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିବା ଜଣାପଡିଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଏଥର ପ୍ରତିବର୍ଷ ପିଲାମାନେ ପୂର୍ବଭଳି ବାର୍ଷିକ ପରୀକ୍ଷା ଦେବେ। ୪ର୍ଥ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କ ପାଇଁ ପାସ୍‌ଫେଲ୍‌ ବ୍ୟବସ୍ଥା ନାହିଁ। କିନ୍ତୁ ୫ମ ଶ୍ରେଣୀରେ ଫେଲ୍‌ ହେଲେ ଛାତ୍ରୀଛାତ୍ରମାନେ ଆଉଥରେ ପରୀକ୍ଷା ଦେବେ। ଷଷ୍ଠ ଏବଂ ସପ୍ତମ ଶ୍ରେଣୀର ପିଲାମାନେ ବାର୍ଷିକ ପରୀକ୍ଷା ଦେବେ। ସେମାନଙ୍କ ପାଇଁ ପାସ୍‌ଫେଲ୍‌ ବ୍ୟବସ୍ଥା ନାହିଁ। ହେଲେ ୮ମ ଶ୍ରେଣୀରେ ଫେଲ୍‌ ହେଲେ ପିଲାଙ୍କୁ ସେହି ଶ୍ରେଣୀରେ ଆଉଥରେ ପଢ଼ିବାକୁ ପଡିବ ବୋଲି ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି, ୫ମ ଏବଂ ୮ମ ଶ୍ରେଣୀରେ ବୋର୍ଡ ପରୀକ୍ଷା ହେବା ସାଙ୍ଗକୁ ସବୁ ଶ୍ରେଣୀରେ ବାର୍ଷିକ ପରୀକ୍ଷା କରାଯିବା ନେଇ ବିଚାର କରାଯାଉଛି।
ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସୁଧାର ଆଣିବା ସକାଶେ ଆଉ ଏକ ନୂଆ ବ୍ୟବସ୍ଥା ହୋଇଛି। ୨୦୧୦ରୁ ପ୍ରତ୍ୟେକ ବର୍ଷ ୨ଥର ସ୍କୁଲରେ ଅଭିଭାବକମାନଙ୍କ ବୈଠକ ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ପ୍ରଧାନଶିକ୍ଷକଙ୍କ ଜରିଆରେ ଅଭିଭାବକମାନଙ୍କ ବୈଠକ ଡକାଯାଉଥିଲା। ଦୀର୍ଘଦିନ ହେବ ଏହି ବ୍ୟବସ୍ଥା ଚାଲିଥିଲେ ମଧ୍ୟ ଏହାକୁ ଠିକଣା ଢଙ୍ଗରେ କାର୍ଯ୍ୟକାରୀ କରାଯାଉ ନ ଥିବା ଜଣାପଡିବା ପରେ ବିଭାଗ ପକ୍ଷରୁ ଏଥିରେ ପରିବର୍ତ୍ତନ ଆଣିବାକୁ ନିଷ୍ପତ୍ତି ହୋଇଛି। ମନ୍ତ୍ରୀଙ୍କ ସୂଚନା ମୁତାବକ, ଏଣିକି ବର୍ଷକୁ ୪ଥର ଅଭିଭାବକମାନଙ୍କ ବୈଠକ ପାଇଁ ନିଷ୍ପତ୍ତି ନିଆଯାଇଛି। ଯଦି ଏଥିରେ ଖିଲାପ କରାଯାଏ ତେବେ ଅଭିଭାବକମାନଙ୍କ ସଭାପତି ଥିବା ବ୍ୟକ୍ତିଙ୍କୁ ଦାୟିତ୍ୱରୁ ମୁକ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri