୯ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ : ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କର୍ଲାମୁଣ୍ଡା,୧୦।୧୧(ଡି.ଏନ୍‌.ଏ.): ଅଙ୍ଗନୱାଡ଼ି କେନ୍ଦ୍ର ଜରିଆରେ ସାଧାରଣ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାର ଲକ୍ଷ୍ୟ ନେଇ ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ କେନ୍ଦ୍ରଗୁଡ଼ିକ ଖୋଲି କର୍ମୀ ଓ ସହାୟିକାଙ୍କୁ ନିଯୁକ୍ତି ଦେଇଛନ୍ତି। ତେବେ ଉପଯୁକ୍ତ ଭିତ୍ତିଭୂମି ନ ଥିବାରୁ ସେବା ଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ। ଏଭଳି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଦେଖିବାକୁ ମିଳିଛି। ଏହି ବ୍ଲକର ୧୨ଟି ପଞ୍ଚାୟତରେ ମୋଟ୍‌ ୭୪ଟି ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟରୁ ବିଜାପାଟି, ରିଞ୍ଜା (ଧରଣୀପଡ଼ା), ବାଗବୁରାଇ, ଝାରମୁଣ୍ଡା ଆଦି ଗାଁରେ ଅଙ୍ଗନୱାଡ଼ି କେନ୍ଦ୍ର ଗୃହ ନିର୍ମାଣ କାର୍ଯ୍ୟ ହୋଇପାରୁ ନ ଥିବା ବେଳେ କର୍ଲାମୁଣ୍ଡା (ବସ୍ତି), ଗୋଇନ୍ଦମୁଣ୍ଡା, ଫଲସାପଡ଼ା, ଝିଲାପିପଡ଼ା, ତେରେକେଲା, କୁଶୁର୍ଲା (୧), ଏକାତରା ଓ ରେଙ୍ଗାଲି କେନ୍ଦ୍ର ଗୃହ ନିର୍ମାଣ ଆରମ୍ଭ ହୋଇଥିଲେ ହେଁ ସମ୍ପୂର୍ଣ୍ଣ ହୋଇପାରୁ ନାହିଁ। ଅନ୍ୟପକ୍ଷରେ ଭଟାପଲା, ସାପଲହରା, ବୋରପଦର, ସାନଡୁଙ୍ଗୁରୀଗୁଡ଼ା ଠାରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ଜଣାପଡ଼ିଛି। ଏନେଇ ସ୍ଥାନୀୟ ସିଡିପିଓ ପାର୍ବତୀ ସାହୁଙ୍କୁ ପଚାରିବାରୁ ଅଙ୍ଗନୱାଡ଼ି କେନ୍ଦ୍ର ଗୃହ ନିର୍ମାଣ କାର୍ଯ୍ୟ ଶେଷ ହୋଇପାରୁ ନ ଥିବାରୁ କିଛି ଜାଗାରେ ନିକଟସ୍ଥ ବିଦ୍ୟାଳୟରେ ଅଙ୍ଗନୱାଡ଼ି କେନ୍ଦ୍ର ଚାଲୁଥିବା କହିଛନ୍ତି। ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri