୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପରଜଙ୍ଗ, ୬।୨(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆଖୁଆପାଳ ପଞ୍ଚାୟତ ଅଧୀନ ୩ନଂ. କଲୋନୀ ଦଳିତ ବସ୍ତି ନିକଟରେ ଥିବା ଏକ କରଡ଼ା ଗଛରୁ ମଙ୍ଗଳବାର ରାତିରେ ଜଣେ ୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ମକୁ ନାଏକ। ତେବେ ମୃତ ଛାତ୍ରଙ୍କ ମା’ ଅବନ୍ତୀ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି। ଗ୍ରାମର କେତେଜଣ ସାଙ୍ଗଙ୍କ ସହ ପୁଅର ଝଗଡ଼ା ହୋଇଥିଲା। ସେମାନଙ୍କ ପରିବାର ଲୋକେ ହିଁ ମକୁଙ୍କୁ ହତ୍ୟା କରିଥିବା ଅବନ୍ତୀ ଏତଲାରେ ଦର୍ଶାଇଛନ୍ତି। ଅନ୍ୟପଟେ ଏପରି ସଙ୍ଗିନ ଅଭିଯୋଗ ଆସିବା ପରେ ସତ୍ୟାସତ୍ୟ ଖୋଜି ବାହାର କରିବାକୁ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସାଇଣ୍ଟିଫିକ୍‌ ଟିମ୍‌, ସନ୍ଧାନୀ କୁକୁର ସହାୟତାରେ ଘଟଣାସ୍ଥଳରେ ତଦନ୍ତ କରିଛି ପୋଲିିସ। ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଥିବା ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ସୂଚନା ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, କିଛିଦିନ ତଳେ ମକୁଙ୍କ ସହିତ କେତେଜଣ ସାଙ୍ଗଙ୍କ ଗଣ୍ଡଗୋଳ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ସାଙ୍ଗଙ୍କ ବାପା ବିନୋଦ ଗୋଚ୍ଛାୟତ ଘରକୁ ଆସି ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ମଙ୍ଗଳବାର ଅପରାହ୍ନରେ ଅବନ୍ତୀ ଇଟାଭାଟିକୁ କାମ କରିବାକୁ ଯାଇଥିବାବେଳେ ବିନୋଦ, ତପୁ ନାଏକ, ଦିଲୀପ ନାଏକ ଘରକୁ ଆସି ମକୁଙ୍କୁ ମାରପିଟ୍‌ କରିଥିଲେ। ଏହାର ପ୍ରତିବାଦ କରିବାରୁ ତାଙ୍କ ଜେଜେ ମା’ (ଅବନ୍ତୀଙ୍କ ଶାଶୁ) ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ଅଭିଯୁକ୍ତମାନେ ଘଟଣା ଘଟାଇ ପଳାଇ ଯାଇଥିଲେ। ସେମାନେ ସନ୍ଧ୍ୟାରେ ପୁଣି ଆସି ମକୁଙ୍କୁ ଘୋଷାଡ଼ି ନେଇଯାଇଥିଲେ। ସେତେବେଳେ ମଧ୍ୟ ଜେଜେ ମା’ ଏହାର ବିରୋଧ କରିଥିଲେ। ହେଲେ ସମ୍ପୃକ୍ତ ୩ ଜଣ କିଛି ଶୁଣି ନ ଥିଲେ। ମୃତ ଛାତ୍ରଙ୍କ ବାପାଙ୍କ ୪ବର୍ଷ ତଳେ ମୃତ୍ୟୁ ହୋଇଯାଇଛି। ଘରେ ଜେଜେ ମା’ ବ୍ୟତୀତ ଆଉ କେହି ନ ଥିଲେ। ସନ୍ଧ୍ୟାରେ ଅବନ୍ତୀ ଇଟାଭାଟିରୁ ଫେରିବା ପରେ ଘଟଣା ସମ୍ପର୍କରେ ଜାଣିବାକୁ ପାଇଥିଲେ। ଏହାପରେ ସେ ଏବଂ ତାଙ୍କ ଶାଶୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶରେ ଫେରିଥିଲେ। ରାତି ୮ଟାରେ ପୁଣି ଥରେ ଖୋଜିବା ବେଳକୁ ମକୁଙ୍କୁ କରଡ଼ା ଗଛରେ ଝୁଲନ୍ତା ଅବସ୍ଥାରେ ଠାବ କରାଯାଇଥିଲା। କାଳେ ପୁଅ ବଞ୍ଚତ୍ଥିବ ଭାବି ତଳକୁ ଆଣିଥିଲେ। ହେଲେ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଏହାପରେ ଘଟଣା ସମ୍ପର୍କରେ ସେ ପୋଲିସକୁ ସୂଚନା ଦେଇଥିଲେ।
ବୁଧବାର ଏସ୍‌ଡିପିଓ, ଥାନାଧିକାରୀ ସନ୍ତୋଷ କୁମାର ପ୍ରଧାନ, ଦଦରାଘାଟି ଫାଣ୍ଡି ଅଧିକାରୀ ସମରଜିତ ନାୟକ ସଦଳବଳ ପହଞ୍ଚତ୍ ତଦନ୍ତ କରିଛନ୍ତି। ଘଟଣାସ୍ଥଳରୁ ଏକ ଦଉଡ଼ି ଏବଂ ଗାମୁଛା ଜବତ କରାଯାଇଛି। ଜବତ ସାମଗ୍ରୀ ତାଙ୍କର ନୁହେଁ ବୋଲି ଅବନ୍ତୀ କହିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ ନଂ. ୨୨/୨୦୨୦, ଦଫା ୩୦୨, ୩୪ରେ ଏକ ମାମଲା ରୁଜୁ କରାଯାଇଛି। ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ସତ୍ୟ ପଦାକୁ ଆସିବ ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି। ଅପରପକ୍ଷେ ମକୁଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଅଞ୍ଚଳବାସୀ ଏବଂ ସହପାଠୀଙ୍କ ମଧ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri