୯୦ ଡାଲା ଅଟୋରେ ବିକ୍ରି ହେଲା ପରିବା

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ୨୧ଦିନର ଲକ୍‌ଡାଉନ୍‌କୁ ଲକ୍ଷ୍ୟ କରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ତା’ର ୩ଟି ଜୋନରେ ୩୦ଟି ଲେଖାଏ ୯୦ଟି ଡାଲା ଅଟୋରେ ପରିବା ବିକ୍ରି କରିବା ପାଇଁ ଅନୁମତି ଦେଇଛି। ଇଚ୍ଛୁକ ପରିବା ବ୍ୟବସାୟୀମାନେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଅଟୋ ସାହାଯ୍ୟରେ ପରିବା ବିକ୍ରି କରୁଥିବାର ନଜରକୁ ଆସିଛି। ଭୁବନେଶ୍ୱରବାସୀ କିପରି ଘରେ ରହିବା ସହ କରୋନା ସଂକ୍ରମଣରୁ ବର୍ତ୍ତିପାରିବେ ସେନେଇ ବିଏମ୍‌ସି ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି। କେନ୍ଦ୍ର ତଥା ରାଜ୍ୟ ସରକାର ଲୋକଙ୍କୁ ଘରେ ରହି କରୋନା ଭୂତାଣୁରୁ ନିରାପତ୍ତା ରହିବାକୁ କହିଛନ୍ତି। ଏଥିପାଇଁ ବିଏମ୍‌ସି ଲୋକଙ୍କୁ ସଚେତନ କରିବା ସହ ସୁରକ୍ଷା ଦୃଷ୍ଟି ରଖି ଡାଲା ଅଟୋରେ ପରିବା ବିକ୍ରି କରିବା ପାଇଁ ନିଷ୍ପତ୍ତି ନେଇଥିତ୍ବା ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ଏସିଏଲ୍‌)ର ଜେନେରାଲ୍‌ ମ୍ୟାନେଜର (ପ୍ରଶାସନିକ) କମଲଜିତ୍‌ ଦାସ କହିଛନ୍ତି। ଲୋକେ ବାହାରକୁ ନ ଆସି ଘରେ ରହି ସବୁ ସୁବିଧା କିପରି ପାଇବେ ସେଥିପ୍ରତି ବିଏମ୍‌ସି ବିଶେଷ ଧ୍ୟାନ ରଖିଛି। ବିଏମ୍‌ସି ଏହା ପୂର୍ବରୁ ଲୋକଙ୍କ ସୁବିଧା ପାଇଁ ହାଟରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ଗୋଲ ଚିହ୍ନ ଟାଣିଥିବା ବେଳେ ମଲ୍‌ ଏବଂ ଷ୍ଟାର କର୍ତ୍ତ୍‌ୃପକ୍ଷଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀକୁ ହୋମ୍‌ ଡେଲିଭରି ପାଇଁ ବ୍ୟବସ୍ଥା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri