୯୦% ସ୍ବାସ୍ଥ୍ୟକର୍ମୀଙ୍କୁ ତାଲିମ

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର, ନର୍ସ, ବୈଷୟିକ ସହାୟକ ଏବଂ ଚିକିତ୍ସା ସହାୟକମାନଙ୍କୁ ତାଲିମ ଦିଆଯାଇଛି। ସେମାନେ ପୂର୍ଣ୍ଣ ଦକ୍ଷତା ସହ ଯେକୌଣସି ସମ୍ଭାବ୍ୟ ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ଥିବା ସରକାର ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଶ୍ରମ ଓ କର୍ମଚାରୀ ବୀମା ବିଭାଗ ପ୍ରମୁଖ ଶାସନ ସଚିବ ତଥା କୋଭିଡ୍‌ ଦକ୍ଷତା ବିକାଶ କମିଟି ଅଧ୍ୟକ୍ଷ ଅନୁ ଗର୍ଗ ମାନବ ସମ୍ବଳ ସମ୍ବନ୍ଧିତ ତଥ୍ୟ ଉପସ୍ଥାପନ କରିଛନ୍ତି। ଏବେ ସୁଦ୍ଧା ୮୦୨୩ ଡାକ୍ତର, ୮୨୯୬ ଷ୍ଟାଫ ନର୍ସ, ୪୧୦୫ ପରୀକ୍ଷାଗାର ବୈଷୟିକ ସହାୟକ ଓ ପାରା ମେଡିକାଲ ଷ୍ଟାଫ, ୪୧୧୪ ଆୟୁଷ ଡାକ୍ତର, ୪୯୦୫ ଆମ୍ବୁଲାନ୍ସ ଡ୍ରାଇଭର, ୧,୩୫,୮୨୦ ଏଏନ୍‌ଏମ୍‌/ଆଶା/ଅଙ୍ଗନଓ୍ବାଡି କର୍ମୀ, ୭୨୩୬ ପରିମଳ କର୍ମଚାରୀଙ୍କୁ କୋଭିଡ୍‌ ଯୋଦ୍ଧାଭାବେ ତାଲିକାଭୁକ୍ତ କରାଯାଇଛି। ଏମାନଙ୍କ ମଧ୍ୟରୁ ୯୦ପ୍ରତିଶତରୁ ଊର୍ଦ୍ଧ୍ୱ ଜଣଙ୍କୁ ତାଲିମ ଦିଆଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ କହିଛନ୍ତି ଯେ, ୭ମ, ୮ମ ଏବଂ ୯ମ ସେମିଷ୍ଟରର ୮୩୨୫ ଜଣ ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ (ସେମାନଙ୍କ ଇଚ୍ଛା ଅନୁଯାୟୀ) ତାଲିମ ଦିଆଯାଇଛି। ସେହିପରି ଘରୋଇ ହସ୍ପିଟାଲର ୧୦୮ ଡାକ୍ତର, ୬୪ ଷ୍ଟାପ୍‌ ନର୍ସ ଏବଂ ୬୧ ଫାର୍ମାସିଷ୍ଟ ଏବଂ ଅସ୍ଥାୟୀ ମେଡିକାଲ କ୍ୟାମ୍ପର ୩୩,୯୦୦ କର୍ମଚାରୀଙ୍କୁ ତାଲିମ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri