୯୩୩ କୋଟି ଟଙ୍କା ଜମା କରି ଖଣି ଚଳାଅ

ଭୁବନେଶ୍ୱର, ୩୧-୧(ବ୍ୟୁରୋ):ବନ୍ଦ ରହିଥିବା ଖଣି କାର୍ଯ୍ୟ ଆରମ୍ଭ କରିବାକୁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ (ଏସଏମ୍‌ପିଏଲ)କୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ତେବେ ଆସନ୍ତା ଫେବୃୟାରୀ ୨୯ ସୁଦ୍ଧା ପରିବେଶ କ୍ଷତିପୂରଣ ରାଶି ବାବଦରେ ୯୩୩ କୋଟି ଟଙ୍କା ଓଡ଼ିଶା ସରକାରଙ୍କ ନିକଟରେ ଜମାଦେବାକୁ ସାରଦା ମାଇନ୍ସକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ.ଏ. ବୋବ୍‌ଡେ, ଜଷ୍ଟିସ ବି.ଆର. ଗଭାଇ ଏବଂ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ନବୀନ ଜିନ୍ଦଲ ପରିଚାଳିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ(ଜେଏସ୍‌ପିଏଲ)କୁ ଏସଏମ୍‌ପିଏଲର ଠାକୁରାଣୀ ଖଣିରେ ଥିବା ଉଚ୍ଚମାନର ଲୁହାପଥର ନେବାକୁ ଅନୁମତି ଦେଇଛନ୍ତି। ତେବେ ଏସଏମ୍‌ପିଏଲ ପରିବେଶ କ୍ଷତିପୂରଣ ରାଶି ୯୩୩ କୋଟି ଟଙ୍କା ଭରଣା କରିବା ପରେ ଜେଏସ୍‌ପିଏଲ ଲୁହାପଥର ନେଇପାରିବ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି।
ଓଡ଼ିଶାରେ ଥିବା ପ୍ଲାଣ୍ଟ ଲାଗି ରୋକ ଲାଗିଥିବା ସାରଦା ମାଇନ୍ସରୁ ଆଇରନ ଓର୍‌ ନ ଉଠାଇବାକୁ ଜାନୁୟାରୀ ୧୬ରେ ସୁପ୍ରିମକୋର୍ଟ ଜେଏସପିଏଲକୁ ନିର୍ଦ୍ଦେଶ ଦେଇଥିଲେ। ପୂର୍ବରୁ ରାଜ୍ୟ ସରକାରଙ୍କୁ ପରିବେଶ କ୍ଷତିପୂରଣ ରାଶି ୯୩୩ କୋଟି ଟଙ୍କା ଦେବାକୁ ସର୍ବୋଚ୍ଚ ଅଦାଲତ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅର୍ଥ ପଇଠ ନ କରିବା ଯାଏ ଖଣି କାର୍ଯ୍ୟ ଆରମ୍ଭ ନ କରିବାକୁ ଅଦାଲତ କହିଥିଲେ। ସୂଚନାଯୋଗ୍ୟ, ଏସଏମ୍‌ପିଏଲ ଜେଏସପିଏଲକୁ ଉଚ୍ଚମାନର ଲୁହାପଥର ଠାକୁରାଣୀ ବ୍ଲକରୁ ଯୋଗାଇ ଦେଇଥାଏ। ତେବେ ପରିବେଶ ମଞ୍ଜୁରୀ ନ ଥିବାରୁ ୨୦୧୪ ମାର୍ଚ୍ଚ ୩୧ରୁ ଏହି ଖଣିରୁ ଲୁହାପଥର ଯୋଗାଣ ବନ୍ଦ କରି ଦିଆଯାଇଛି। ଏହି ଖଣି ଚାଲୁ କରିବାକୁ ଏସଏମ୍‌ପିଏଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri