୯୮୩ ରେଳ ଷ୍ଟେଶନ ଜଗିବ ଆଇପି କ୍ୟାମେରା

ଭୁବନେଶ୍ୱର, ୧୨ା୧(ବ୍ୟୁରୋ): ପୂର୍ବତଟ ରେଳପଥର ପ୍ରମୁଖ ଷ୍ଟେଶନଗୁଡ଼ିକରେ ଖୁବ୍‌ଶୀଘ୍ର ସୁରକ୍ଷା ବ୍ୟବସ୍ଥା ବଢ଼ିବ। ରାଜ୍ୟର ବଡ଼ ରେଳ ଷ୍ଟେଶନରେ ଆଇପି ସର୍ଭେଲାନ୍ସ କ୍ୟାମେରା ଲାଗିବ। ଏଥିପାଇଁ ରେଲ୍‌ଓ୍ବେ ବୋର୍ଡ଼ ଅନୁମତି ଦେଇସାରିଛି। ଷ୍ଟେଶନ ପ୍ରତୀକ୍ଷାଳୟ, ଟିକଟ କାଉଣ୍ଟର, ପାର୍କିଂ, ପ୍ରବେଶ ଦ୍ୱାର, ପ୍ରସ୍ଥାନ ଦ୍ୱାର, ପ୍ଲାଟଫର୍ମ, ଫୁଟ୍‌ ଓଭରବ୍ରିଜ୍‌, ବୁକିଂ କାର୍ଯ୍ୟାଳୟରେ ଇଣ୍ଟରନେଟ୍‌ ପ୍ରୋଟୋକଲ ଭିଡ଼ିଓ ସର୍ଭେଲାନ୍ସ ବ୍ୟବସ୍ଥା କରାଯିବ ବୋଲି ରେଲ୍‌ଓ୍ବେ ସୂତ୍ରରୁ ଜଣାପଡିଛି। ନିର୍ଭୟା ଫଣ୍ଡ୍‌ରୁ ରେଲ୍‌ଓ୍ବେକୁ ମିଳିଥିବା ୨୫୦ କୋଟି ଟଙ୍କାରେ ଦେଶର ୯୮୩ ଷ୍ଟେଶନରେ ଏହି କ୍ୟାମେରା ଲଗାଇବାକୁ ରେଲ୍‌ଓ୍ବେ ସ୍ଥିର କରିଛି। ପ୍ରଥମ ପର୍ଯ୍ୟାୟରେ ଦେଶର ୨୦୦ ଷ୍ଟେଶନରେ ଏହି କ୍ୟାମେରା ଲଗାଯିବାକୁ ଥିବାବେଳେ ବର୍ତ୍ତମାନ ସୁଦ୍ଧା ୮୧ ଷ୍ଟେଶନରେ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। କ୍ୟାମେରାରେ ରେକର୍ଡ଼ ହେଉଥିବା ଚିତ୍ରକୁ ଅଧିକ ସ୍ପଷ୍ଟ କରିବା ପାଇଁ ୪ ପ୍ରକାର କ୍ୟାମେରା ଲଗାଯିବ। ଡୋମ୍‌ ଟାଇପ୍‌, ବୁଲେଟ୍‌ ଟାଇପ୍‌, ପାନ୍‌ ଟିଲ୍ଟ ଟାଇପ୍‌, ଅଲ୍‌ଟ୍ରା-୪କେ କ୍ୟାମେରା ଲଗାଯିବ। ଏହାକୁ ଆର୍‌ପିଏଫ ପରିଚାଳନା କରିବ। ପ୍ରତ୍ୟେକ କ୍ୟାମେରା ୧ଟିବି ଓ ୪କେ କ୍ୟାମେରା ୪ଟିବି ଡାଟା ରଖିପାରିବ। ଏହି ଭିଡ଼ିଓ ମାତ୍ର ୩୦ଦିନ ପାଇଁ ରଖାଯିବ। ଯଦି କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ହୋଇଥିଲେ ଅଧିକ ଦିନ ପାଇଁ ରଖାଯାଇପାରିବ। ତେବେ ଏହି କାର୍ଯ୍ୟ ରେଲ୍‌ଓ୍ବେର ପିଏସ୍‌ୟୁ ୟୁନିଟ୍‌ ରେଲ୍‌ଟେଲକୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri