Posted inଖେଳ

୯୮ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ କର୍ନଓ୍ବାଲ

କିଙ୍ଗ୍‌ଷ୍ଟନ (ଜାମାଇକା),୩୧।୮: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଅଫ୍‌ ସ୍ପିନିଂ ଅଲରାଉଣ୍ଡର ରଖିମ କର୍ନଓ୍ବାଲ ପଦାର୍ପଣ କରିଛନ୍ତି। ଏଥିସହ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠୁ ଓଜନଦାର କ୍ରିକେଟର ହେବାର ରେକର୍ଡ ସୃଷ୍ଟି କରିଛନ୍ତି। ୬ ଫୁଟ୍‌ ୬ ଇଞ୍ଚ ଉଚ୍ଚତା ବିଶିଷ୍ଟ କ୍ରିକେଟରଙ୍କ ଓଜନ ୧୪୦ କିଲୋ। ସେ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ଓ୍ବାଓର୍‌ବିକ ଆର୍ମଷ୍ଟଙ୍ଗଙ୍କୁ ଅତିକ୍ରମ କରିଛନ୍ତି। ୧୯୦୨ରୁ ୧୯୨୧ ମଧ୍ୟରେ ୫୦ ଟେଷ୍ଟ ଖେଳିଥିବା ଆର୍ମଷ୍ଟଙ୍ଗଙ୍କ ଓଜନ ୧୩୩-୧୩୯ ଥିଲା। ସେ ୧୦ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ନେତୃତ୍ୱ ନେଇଥିଲେ। ୨୬ ବର୍ଷୀୟ କ୍ରିକେଟର  କର୍ନଓ୍ବାଲ ୫୫ ପ୍ରଥମ ଶ୍ରେଣୀ ମ୍ୟାଚ୍‌ରେ ୨୬୦ ଉଇକେଟ ନେବା ସହ ୨,୨୨୪ ରନ୍‌ କରିବା ପରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିବାକୁ ସୁଯୋଗ ପାଇଛନ୍ତି। ସେ ପ୍ରଥମ ଟେଷ୍ଟରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରିଛନ୍ତି। ସବିନା ପାର୍କଠାରେ ୨୭ ଓଭର ବୋଲିଂ କରି ଚେତେଶ୍ୱର ପୂଜାରାଙ୍କ ଉଇକେଟ ହାସଲ କରିଛନ୍ତି। ଏଥିସହିତ ଦୁଇ କ୍ୟାଚ୍‌ ନେଇ ଲୋକେଶ ରାହୁଲ ଓ ମୟଙ୍କ ଅଗ୍ରଓ୍ବାଲଙ୍କୁ ଆଉଟ୍‌ କରିବାରେ ଭୂମିକା ନେଇଛନ୍ତି। ଭାରତୀୟ ଦଳ ପ୍ରଥମ ଦିନ ଶେଷ ସୁଦ୍ଧା ୫ ଉଇକେଟ ହରାଇ ୨୬୪ ରନ୍‌ କରିଛି। ହନୁମା ବିିହାରୀ ୪୨ ଓ ରିଷଭ ପନ୍ତ ୨୭ ରନ୍‌ କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri