୯ ଗୋଟି କ୍ଲଷ୍ଟରରେ ଶିଶୁ ମହୋତ୍ସବ ସୁରଭି – ୨୦୧୯

ଖଣ୍ଡପଡା,୨୦।୧୦(ସ୍ବ.ପ୍ର.)-ନୟାଗଡ଼ ଜିଲା ସର୍ବଶିକ୍ଷା ଅଭିଯାନ ପକ୍ଷରୁ ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ ୧୧ଗୋଟି କ୍ଲଷ୍ଟର ମଧ୍ୟରୁ କଣ୍ଟିଲୋ ଓ ରାଣୀଛେଲ୍ଲୀକୁ ବାଦ ଦେଇ ଅବଶିଷ୍ଟ ୯ଟି କ୍ଲଷ୍ଟରରେ ଶନିବାର ଶିଶୁ ମହୋତ୍ସବ ସୁରଭି – ୨୦୧୯ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖଣ୍ଡପଡା ବ୍ଲକ ଅଧୀନ ସିଧାମୂଳା, ବେଣାଗାଡିଆ, ଖଳିସାହି, ବନମାଳୀପୁର, ଶିଖରପୁର, ଗୁଣ୍ଠୁଣୀ, ସିଂଘାପଡା, କୋସକା ଓ କୁମ୍ଭାରପଡା ଆଦି ୯ କ୍ଲଷ୍ଟର ଅଧୀନ ଶହେରୁ ଊଦ୍ଧ୍ୱର୍‌ବ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସାଧାରଣଜ୍ଞାନ, ସୃଜନାମତ୍କ ଲିଖନ, ସଙ୍ଗୀତ, ଚିତ୍ରାଙ୍କନ, ତର୍କ, କୌତୁକ ପୋଷାକ, ଏକକ ଅଭିନୟ ପ୍ରଭୃତି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ ା ବିଚାରକମଣ୍ଡଳୀଙ୍କ ଦ୍ୱାରା ଯୋଗ୍ୟ ବିବେଚିତ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ା ସେହିପରି ସିଧାମୂଳାଠାରେ ସିଆରସିସି ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ା ୯ଟି କ୍ଲଷ୍ଟରରୁ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରମାନେ ଆସନ୍ତା ସପ୍ତାହରେ ଖଣ୍ଡପଡା ବ୍ଲକ ଅଧୀନ ଖଳିସାହି ଲିଙ୍ଗରାଜ ନୋଡାଲ ୟୁପିଏମଇ ବିଦ୍ୟାଳୟରେ ଆୟୋଜିତ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ ବୋଲି ବ୍ଲକ ଶିକ୍ଷାଧିକାରୀ ଚନ୍ଦନ କୁମାର ରଥଙ୍କଠାରୁ ପ୍ରକାଶ ା ସେହିପରି ଆସନ୍ତା ୨୨ ତାରିଖରେ ଖଣ୍ଡପଡା ବ୍ଲକ ଅଧୀନ ରାଣୀଛେଲ୍ଲୀ ଓ କଣ୍ଟିଲୋ କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri