୯ ତାରିଖରେ ୯ ଜିଲାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ)-ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’କୁ ଦୃଷ୍ଟିରେ ରଖି ୯ଟି ଜିଲାର ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ୯ ତାରିଖରେ ଛୁଟି ଘୋଷଣା କରାଯାଇଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ ଓ ଯାଜପୁର। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକ ପରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି। ତେବେ ଶୁକ୍ରବାର ବର୍ଷା ଓ ପବନର ଗତିକୁ ଦେଖି ଜିଲା ପ୍ରଶାସନ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ନେବାକୁ ଜିଲାପାଳଙ୍କୁ କୁହାଯାଇଛି। ପ୍ରଭାବିତ ହେବାକୁ ଥିବା ୯ ଜିଲାରେ ୨ଟି ଲେଖାଏ ଓଡ୍ରାଫ ଟିମ୍‌ ଏବଂ ଗୋଟିଏ ଲେଖାଏ ଏନ୍‌ଡିଆରଏଫ୍‌ ଟିମ୍‌କୁ ପଠାଯାଇଛି। ଏସବୁ ଜିଲାରେ ଅଗ୍ନିଶମ ବିଭାଗକୁ ସଜାଗ ରଖାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri