ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ ହେଲେ ବିଭୀଷଣ ଗଉଡ ଓ ସେ ଗୁଣୁପୁର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ। ଗତ ୧୭ ତାରିଖରୁ ନିଖୋଜ ଥିଲେ। ଶୁକ୍ରବାର ସକାଳୁ ତାଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ତେବେ ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାରବର୍ଗ। ଏ ନେଇ କର୍ଲାପାଟ ପୋଲିସ ତଦନ୍ତ ଆରମ୍ଭ କରିଛି।
Dharitri – Odisha’s No.1 Odia Daily


