୯ ଦିନ ହେଲା ବଲାଙ୍ଗୀର-ମୋହନଗିରି ରାସ୍ତା ବିଚ୍ଛିନ୍ନ

ମୋହନଗିରି,୧୯।୮(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଗତ ୧୧ରୁ ୧୪ ତାରିଖରେ ହୋଇଥିବା ବନ୍ୟାରେ ମ.ରାମପୁର ବ୍ଲକ ମୋହନଗିରି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ମୋହନଗିରିଠାରୁ ଗୁଡଭେଲା ଦେଇ ବଲାଙ୍ଗୀରକୁ ସଂଯୋଗ କରୁଥିବା ରାସ୍ତା ମୋହନଗିରିରୁ ୪ କି.ମି. ଦୂର କାଳିଗଙ୍ଗା ନଦୀର ଟେକର ଘାଟଠାରେ ରସ୍ତା ଧୋଇଯାଇଛି । ଫଳରେ ଏହି ରାସ୍ତାରେ କୌଣସି ଯାନବାହନ ଯିବାଅସିବା ସମ୍ଭବ ହେଉନାହିଁ । ଏହି ରାସ୍ତା ଦେଇ ଦୈନିକ ଶତାଧିକ ଯାନବାହନରେ ଲୋକେ ତୁଷରା ବଲାଙ୍ଗୀରକୁ ଯାତାୟାତ କରୁଥିଲେ । ରାସ୍ତା ଧୋଇଯିବ ଯୋଗୁ ଏବେ ମୋହନଗିରି ସ୍କୁଲ/କଲେଜକୁ ଆସୁଥିବା ଛାତ୍ରୀଛାତ୍ରମାନେ ନାହଁି ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଘଟଣା ସମ୍ପର୍କରେ ଜାଣିବା ପରେ ନର୍ଲା ବିଧାୟକ ଭୁପିନ୍ଦ୍ର ସିଂ ରବିବାର ଆସି ଧୋଇ ଯାଇଥିବା ରାସ୍ତା ଅନୁଧ୍ୟାନ କରିଛନ୍ତି । ଖୁବ୍‌ଶୀଘ୍ର ଏହାର ମରାମତି କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ମା’ ସୁରେଶ୍ୱରୀଙ୍କ ଘାଟଯାତ୍ରା: ମାନସିକ ପୂରଣ ପରେ କୁକୁଡ଼ା-ବୋଦା ବଳି ଦେଲେ ଭକ୍ତ

ରିଷିଡ଼ା,୨୬ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ପୋରକେଲା ପଞ୍ଚାୟତ କୁନ୍ଦେଇପାଲିସ୍ଥିତ ତେଲନଦୀ ଛତିଘାଟ କୂଳରେ ମା’ ସୁରେଶ୍ୱରୀ ମନଖାଇଙ୍କ ଐତିହାସିକ ଘାଟ ଯାତ୍ରା ଓ ଡଙ୍ଗା…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri