୯ ବର୍ଷ ପରେ ପୁଣି ନଜର ଆସିବେ କ୍ୟାଟ୍ରିନା-ଅକ୍ଷୟ

ବଲିଉଡ୍‌ର ହିଟ୍‌ ଯୋଡ଼ି କ୍ୟାଟ୍ରିନା-ଅକ୍ଷୟ କୁମାର ପୁଣି ବଡ଼ପରଦାରେ ନଜର ଆସିବେ। ‘ନମସ୍ତେ ଲଣ୍ଡନ’, ‘ଓ୍ବେଲ୍‌କମ୍‌’, ‘ହମ୍‌କୋ ଦିବାନା କର୍‌ ଗୟେ’, ‘ସିଙ୍ଗ୍‌ ଇଜ୍‌ କିଙ୍ଗ୍‌’ ପରି ସୁପରହିଟ୍‌ ଫିଲ୍ମ ଦେଇଥିବା ଏହି ଯୋଡ଼ି ୯ ବର୍ଷ ପରେ ପୁଣି ଏକାଠି ଅଭିନୟ କରିବେ। ୨୦୧୦ ପରଠାରୁ ଏହି ଦୁଇଜଣ କୌଣସି ଫିଲ୍ମରେ ଏକାଠି ଅଭିନୟ କରିନାହାନ୍ତି। ରୋହିତ୍‌ ସେଟ୍ଟୀଙ୍କ ଫିଲ୍ମ ଜରିଆରେ ପୁଣି ଦୁଇଜଣ ଯାକ ମିଶି କାମ କରିବେ। କ୍ୟାଟ୍ରିନା ଏକ ସାକ୍ଷାତକାରରେ କହିଛନ୍ତି, ‘ମୁଁ ବହୁତ ଉତ୍ସାହିତ ଅଛି। ଏତେଦିନ ପରେ ଅକ୍ଷୟଙ୍କ ସହ ଅଭିନୟ କରିବି। ପ୍ରଥମେ ଡର ଲାଗୁଥିଲା। କିନ୍ତୁ ଏହି ଡର ଏବେ ଦୂରେଇ ଯାଇଛି। ମୁଁ ଖୁବ୍‌ ସହଜରେ ତାଙ୍କ ସହ ମିଶି ପାରୁଛି। କ୍ୟାଟ୍ରିନା କୁହନ୍ତି, ଅକ୍ଷୟ ଜଣେ ଭଲ କୋ-ଷ୍ଟାର। ତାଙ୍କ ସହିତ କାମ କରିବାରେ ମଜା କିଛି ଅଲଗା। ଶେଷଥର ପାଇଁ ଏହି ଯୋଡ଼ି ଫିଲ୍ମ‘ତିସ୍‌ ମାର୍‌ ଖାନ୍‌’ରେ ନଜର ଆସିଥିଲେ। ୨୦୨୦ରେ ରିଲିଜ ହେବାକୁ ଥିବା ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ପୁଣି ଏହି ଯୋଡ଼ି ନଜର ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri