୯.୩୪ ଲକ୍ଷ କୋଟିକୁ ହ୍ରାସ ପାଇଛି ବ୍ୟାଙ୍କ ଏନ୍‌ପିଏ

ନୂଆଦିଲ୍ଲୀ,୧୭-୭: କେନ୍ଦ୍ର ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ କାରଣରୁ ବାଣିଜି୍ୟକ ବ୍ୟାଙ୍କଗୁଡ଼ିକର ମୋଟ ଅନାଦାୟ ଋଣ(ଏନ୍‌ପିଏ) ପରିମାଣ ୨୦୧୮-୧୯ରେ ୧.୦୨ ଲକ୍ଷ କୋଟି ଟଙ୍କା ହ୍ରାସ ପାଇ ୯.୩୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଜ୍ୟ ସଭାରେ ସାଂସଦଙ୍କ ଦ୍ୱାରା ଆଗତ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ସୀତାରାମନ୍‌ କହିଛନ୍ତି ଯେ, ବ୍ୟାଙ୍କଗୁଡ଼ିକର ଖରାପ ଋଣ ବା ଅନାଦାୟ ଋଣ ସମସ୍ୟାର ସମାଧାନ ଲାଗି ସରକାର ସମନ୍ବିତ ୪ଆର୍‌ ଷ୍ଟ୍ରାଟେଜି ଆପଣାଇଛନ୍ତି। ସେଗୁଡ଼ିକ ହେଲା ଏନ୍‌ପିଏର ରେକଗନାଇଜେଶନ ବା ଚିହ୍ନଟ କରିବା, ରିଜଲ୍ୟୁଶନ ଅର୍ଥାତ୍‌ ସମାଧାନ କରିବା, ରିକଭରୀ ଅର୍ଥାତ ଋଣ ଆଦାୟ ଏବଂ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ପୁନଃପୁଞ୍ଜିକରଣ ବା ରିକାପିଟାଲାଇଜେଶନ। ଆର୍‌ବିଆଇ ତଥ୍ୟ ଅନୁଯାୟୀ,୨୦୧୮ ମାର୍ଚ୍ଚରେ ଏନ୍‌ପିଏ ପରିମାଣ ୧୦,୩୬,୧୮୭ କୋଟି ଟଙ୍କାର ସର୍ବାଧିକ ସ୍ତର ଛୁଇଁଥିଲା। ଏହାପରେ ନୂଆ ପଦକ୍ଷେପ ମାନ ଗ୍ରହଣ କରାଯିବା ପରେ ଚଳିତବର୍ଷ ମାର୍ଚ୍ଚ ସୁଦ୍ଧା ଏଥିରେ ୧,୦୨,୫୬୨ କୋଟି ଟଙ୍କା ହ୍ରାସ ପାଇ ୯,୩୩,୬୨୫ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସୀତାରାମନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri