୯. ୯୧ ଲକ୍ଷ ମେଟ୍ରିକ ଟନ୍‌ ଖରିଫ ଧାନ ସଂଗ୍ରହ ଲକ୍ଷ୍ୟ

ବାରିପଦା ଅଫିସ,୧୧ା୧୧- ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶ ମୁତାବକ, ଚଳିତ ବର୍ଷ ପାଇଁ ମୟୂରଭଞ୍ଜ ଜିଲାର ଚାଷୀମାନଙ୍କଠାରୁ ଧାନ କିଣାଯିବା ନେଇ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ସୁଜାତା ମୁର୍ମୁ, ମୋରଡ଼ା ବିଧାୟକ ରାଜକିଶୋର ଦାସ, ଉଦଳା ବିଧାୟକ ଭାସ୍କର ମଢ଼େଇ, ବଡ଼ସାହି ବିଧାୟକ ସନାତନ ବିଜୁଳି, ସିଏସ୍‌ଓ କିଶୋର କୁମାର ମହାରଣା, ଜିଲା ଫସଲ ସୁରକ୍ଷା ଅଧିକାରୀ ଡ. ମନୋଜ କୁମାର ଚାନ୍ଦ ପ୍ରମୁଖ ଉପସ୍ଥିତ ରହି ଡିଆର୍‌ସିଏସ, ଆର୍‌ଏମ୍‌ସି ସମ୍ପାଦକ, ସମ୍ପୃକ୍ତ ବିଭାଗ କର୍ମଚାରୀ, ମିଲର୍ସ ଓ ଚାଷୀ ପ୍ରତିନିଧିମାନଙ୍କ ଉପସ୍ଥିତିରେ ଧାନ ସଂଗ୍ରହ କରାଯିବା ନେଇ ସରକାରଙ୍କ ନିର୍ଦ୍ଦେଶିତ ନୀତି ନିର୍ଦ୍ଦେଶାବଳୀ ସମ୍ପର୍କିତ କାର୍ଯ୍ୟଖସଡ଼ା ଉପରେ ସବିଶେଷ ଆଲୋଚନା କରିଥିଲେ। ଚଳିତ ବର୍ଷ ଜିଲାରୁ ୯ ଲକ୍ଷ ୯୧ ହଜାର ମେଟ୍ରିକ୍‌ ଟନ୍‌ ଖରିଫ ଧାନ ସଂଗ୍ରହ କରାଯିବାର ଲକ୍ଷ୍ୟଧାର୍ଯ୍ୟ ହୋଇଥିବା ଯୋଗାଣ ବିଭାଗ ଅଧିକାରୀ ସୂଚନା ଦେଇଥିଲେ।
ଚାଷୀମାନଙ୍କଠାରୁ ଧାନ ବିକ୍ରୟ ପାଇଁ ଅନ୍‌ଲାଇନରେ ନିଜର ପରିଚୟପତ୍ର ସହ ଚାଷଜମିର ପରିମାଣ ସମ୍ପର୍କିତ ସବିଶେଷ ତଥ୍ୟ ପ୍ରଦାନ କରିବାକୁ ପରାମର୍ଶ ଦିଆଯାଇଛି। ଅଦ୍ୟାବଧି ୪୦ ହଜାର ୫୪୩ ଜଣ ଚାଷୀ ଲ୍ୟାମ୍ପ୍ସ ସମବାୟ ସମିତି ମାଧ୍ୟମରେ ନାମ ପଞ୍ଜୀକୃତ କରିସାରିଛନ୍ତି। ଚଳିତ ବର୍ଷ ଜିଲାରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟକ୍ରମ ଜିଲା ଯୋଗାଣ ବିଭାଗ, ଆରଏମ୍‌ସି, ଡିଆର୍‌ସିଏସ୍‌ ବିଭାଗ ତତ୍ତ୍ୱାବଧାନରେ ଥିବା ୫୨ଟି ପ୍ରାଥମିକ କୃଷି ସମବାୟ ସମିତି ଓ ଲ୍ୟାମ୍ପ୍ସ ଜରିଆରେ ସମ୍ପୃକ୍ତ ଅଞ୍ଚଳର ଚାଷୀ ସଙ୍ଗଠନ ଓ ପାଣି ପଞ୍ଚାୟତ ପ୍ରତିନିଧିମାନଙ୍କ ସମନ୍ବୟରେ କରାଯିବ। ନଭେମ୍ବର ୩୦ ତାରିଖଠାରୁ ଧାନକ୍ରୟ ଆରମ୍ଭ କରାଯିବ। ଚଳିତ ବର୍ଷ ସରକାରଙ୍କ ପକ୍ଷରୁ ଏଫ୍‌ଏକ୍ୟୁ ସାଧାରଣ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୧୮୧୫ ଏବଂ ଏଫ୍‌ଏକ୍ୟୁ ଗ୍ରେଡ୍‌-ଏ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୧୮୩୫ ଟଙ୍କା ରହିଛି। ସେହିପରି ଚଳିତ ବର୍ଷ ପ୍ରଥମଥର ପାଇଁ ବାୟୋମେଟ୍ରିକ୍ସ ପଦ୍ଧତିରେ ଅନ୍‌ଲାଇନରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ କରାଯିବ। କିଣାଯାଇଥିବା ଧାନର ମୂଲ୍ୟ ୨୪ ଘଣ୍ଟା ମଧ୍ୟରେ ଚାଷୀଙ୍କ ବ୍ୟାଙ୍କ ଜମାଖାତାକୁ ଟ୍ରାନ୍ସଫର କରାଯିବ। ଧାନର ମାନ ଓ ଗୁଣବତ୍ତା ଉପରେ ଜିଲା, ଉପଖଣ୍ଡ ଓ ବ୍ଲକସ୍ତରରେ ଭିଏଲ୍‌ଡବ୍ଲ୍ୟୁ, ବିଡିଓ, ଯୋଗାଣ ଅଧିକାରୀ, ଉପଜିଲାପାଳଙ୍କ ତତ୍ତ୍ୱାବଧାନରେ ସମ୍ପୃକ୍ତ ଅଞ୍ଚଳର ଲ୍ୟାମ୍ପ୍ସ ଏମ୍‌ଡି, ଜିପିଇଓ ଏବଂ ଚାଷୀ ପ୍ରତିନିଧିମାନଙ୍କୁ ନେଇ ଗଠିତ ସ୍ବତନ୍ତ୍ର ଟାସ୍କଫୋର୍ସ ଦ୍ୱାରା ତ୍ୱରାନ୍ବିତ କରାଯିବ। ଧାନ ବସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମଣ୍ଡିରୁ ସ୍ଥାନାନ୍ତର କରିବା ପାଇଁ ସମସ୍ତ ମିଲର୍ସମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri