ବିଦା ହେଲେ ଆଉ ୯ ଅଧିକାରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଦୁର୍ନୀତି ଏବଂ ଅପାରଗ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋରଦେଇ ଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଓ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ଥିବା ବେଳେ ୨ ଜଣଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ, ବଲାଙ୍ଗୀର ମୁରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ଼ ଜିଲା ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ଅନ୍ୟ ୫ ଜଣଙ୍କୁ କିଛିଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ୱାଳ। ତାଙ୍କ ବିରୋଧରେ ୯ଟି ଭିଜିଲାନ୍ସ କେସ୍‌ ରହିଛି। ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା। ସେହିପରି ସରକାରୀ କାର୍ଯ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା। ଜଣେ ସରକାରୀ ଅଧିକାରୀ ଭାବେ ଆବଶ୍ୟକ ସୌଜନ୍ୟ ମଧ୍ୟ ସେ ରକ୍ଷା କରୁ ନ ଥିଲେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।
ସେହିପରି ରମେଶ ଚନ୍ଦ୍ର ମହାଲିକ ଗ୍ରୁପ୍‌-‘କ’ ପାହ୍ୟାର ଖଣି ଅଧିକାରୀ। ମହାଲିକଙ୍କ ବିରୋଧରେ ୪ ଭିଜିଲାନ୍ସ କେସ ଥିବା ବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା। ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କଠାରେ ଥିଲା। ବଲାଙ୍ଗୀର ମୁରିବାହଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ସହିତ ବଲାଙ୍ଗୀର ଜିଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ କୋଠା ମଧ୍ୟ ଠାବ କରାଯାଇଥିଲା। ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍ସ ମାମଲା ରହିଛି। ସେହିପରି ସୁନ୍ଦରଗଡ଼ ଜିଲା ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ନାରାୟଣ ପ୍ରଧାନଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରହିଛି। ତାଙ୍କର ଆୟବହିର୍ଭୂତ ୨କୋଟି ୨୦ଲକ୍ଷ ଟଙ୍କାର ସମ୍ପତ୍ତି ସହ ଦେଓଗଡ଼ ଜିଲାରେ ୪ କୋଠା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ ଓ ଖୋର୍ଦ୍ଧା ଜିଲାରେ ୩୧ଟି ଜମି ମଧ୍ୟ ରହିଛି।
ଜଙ୍ଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ମଣ ପ୍ରଧାନଙ୍କ ବିରୋଧରେ ୨ଟି ଭିଜିଲାନ୍ସ କେସ୍‌ ରହିଛି। ଜଙ୍ଗଲ ବିଭାଗର ରେଞ୍ଜ ଅଫିସର ଭରତ କୁମାର ଘଡେଇଙ୍କ ବିରୋଧରେ ୩ଟି ଭିଜିଲାନ୍ସ କେସ୍‌ ରହିଛି। ରାୟଗଡ଼ା ଜିଲା ଶ୍ରମ ଅଧିକାରୀ ପ୍ରଦୀପ କୁମାର ଭୋଇଙ୍କ ବିରୋଧରେ ଗୋଟିଏ ଭିଜିଲାନ୍ସ କେସ୍‌ ରହିଛି। ଉକ୍ତ ଅଧିକାରୀମାନଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଭୁବନେଶ୍ୱର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲାର ଡିଭିଜନାଲ ଶ୍ରମ କମିଶନର ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଉକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏ ପର୍ଯ୍ୟନ୍ତ ୧୧୩ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri