ୱାର୍ଡମେମ୍ବରଙ୍କୁ ମାଓବାଦୀଙ୍କ ନଁ।ରେ ଧମକପୂର୍ଣ୍ଣ ଚିଠି

ଦାରିଙ୍ଗବାଡ଼ି,୨୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗ୍ଳୁଡା ଗ୍ରାମର ୯ ନଂ. ୱାର୍ଡମେମ୍ବର ବୁଗିରା ପ୍ରଧାନଙ୍କୁ ମାଓବାଦୀଙ୍କ ନଁ।ରେ ଧମକ ପୂର୍ଣ୍ଣ ଚିଠି ମିଳିଛି। ଗତ ୧୭ ତାରିଖ ସକାଳୁ ଘର ଆଗରେ ଚିଠି ପଡିଥିବା ଦେଖି ଭୟରେ ଗାଁ ଲୋକଙ୍କୁ ବୁଗିରା ଜଣାଇଥିଲେ। ହେଲେ ଥାନାରେ ଅଭିଯୋଗ କରିନାହାନ୍ତି। ତାଙ୍କ କହିବା ପ୍ରକାରେ, ଏହା ନକଲି ମାଓବାଦୀଙ୍କ କାର୍ଯ୍ୟ। କାହାର କ୍ଷତି କରି ନ ଥିବା ସେ କହିଛନ୍ତି। ଚିଠି ସମ୍ପର୍କରେ ଗ୍ରାମବାସୀଙ୍କୁ ଜଣାଇବା ପରେ ଗଁାରେ ବୈଠକ ବସିଥିଲା। ଏହା କୌଣସି ଖଳ ପ୍ରକୃତିର ବ୍ୟକ୍ତିଙ୍କ କାର୍ଯ୍ୟ ବୋଲି ଆଲୋଚନା ହୋଇଥିବା ବୁଗିରା କହିଥିଲେ। ଉକ୍ତ ଚିଠି ବିଭିନ୍ନ ରଙ୍ଗରେ ଲେଖାଯାଇଥିବା ବେଳେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ମାଓବାଦୀ) ବୋଲି ଉଲ୍ଲେଖ ରହିଛି। ସେଥିରେ ବୁଗିରାଙ୍କ ଉଦ୍ଦେଶ୍ୟରେ ଲେଖାଯାଇଛି ଯେ, ତୁମେ ପଦବୀରେ ରହିଥିବା ସମୟରେ ବହୁତ ଦୁର୍ନୀତି ହେଉଛି। ତୁମ ବିରୋଧରେ ଜନ ବିରୋଧୀ ବୃଦ୍ଧି ପାଇଛି। ଯଦି ପଦବୀରେ ଥାଇ ଲୋକଙ୍କୁ ନ୍ୟାୟ ପ୍ରଦାନ କରିପାରୁନାହଁ ତେବେ ତୁମ ଜୀବନ ପ୍ରତି ବିପଦ ରହିଛି ବୋଲି ପରୋକ୍ଷରେ ହତ୍ୟା ଧମକ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri