ଚିତ୍ରଡ଼ା,୨୦ା୩(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଦୁର୍ଗାପୁର ପଞ୍ଚାୟତର ସାତଶଳ ଗ୍ରାମ ୪ନଂ. ୱାର୍ଡର ୱାର୍ଡମେମ୍ବର ରାମାଇ ମୁର୍ମୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଗ୍ରାମରେ ଥିବା ଏକ କୂଅରୁ ଗୁରୁବାର ସକାଳେ ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୫/୨୦୨୦) ରୁଜୁ ହୋଇଛି।
ସୂଚନା ଅନୁଯାୟୀ, ଗତ ସୋମବାରଠାରୁ ରାମାଇ ନିଖୋଜ ଥିଲେ। ଗୁରୁବାର ସକାଳେ ଜଣେ ମହିଳା ପାଣି ଆଣିବା ପାଇଁ ଯାଇଥିଲା ବେଳେ କୂଅରେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ। ଖବରପାଇ ବଡ଼ଜାମବଣି ଫାଣ୍ଡି ପୋଲିସ ଏବଂ ଚିତ୍ରଡ଼ା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ତେବେ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ଫାଣ୍ଡି ଅଧିକାରୀ ପବିତ୍ର ମୋହନ ରାଉତଙ୍କୁ ପଚାରିବାରୁ ତଦନ୍ତ ଚାଲୁ ରହିଛି ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଅସହ୍ୟ ଶୀତ: ପଡୁଛି ବରଫ..
ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...
ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…
ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...
ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ….
ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...
ପାଇପ୍ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ
ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା...
ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ
ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...
ପେଟ୍ରୋଲ ପମ୍ପ ପାଇଁ ଶହଶହ ଟ୍ରିପ୍ ବାଲି ଚେରି: ଉପ ଜିଲାପାଳ କହିଲେ…
ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍ ମାଟି ଚୋରି ହୋଇଛି। ୫୩...
ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…
ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...
ୟୁକାଲପଟାସ୍ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...
Archives


