ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ନୀଳମାଧବଙ୍କ ଫିଲ୍ମ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ୧୧ ଦେଶର ୧୧ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଚଳଚ୍ଚିତ୍ର ‘ଇଣ୍ଟରଡିପେଣ୍ଡେନ୍ସ’ ଗୋଆଠାରେ ଅନୁଷ୍ଠିତ ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ପ୍ରଦର୍ଶିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ଜନ୍ମିତ ଚଳଚ୍ଚିତ୍ର ନିର୍ମାତା ନୀଳମାଧବ ପଣ୍ଡା ନିଜର ଶର୍ଟ ଫିଲ୍ମ ‘ମେଘାସ୍‌ ଡିଭୋର୍ସ’ ପାଇଁ ରେଡ୍‌ କାର୍ପେଟ୍‌ରେ ଚାଲିଥିଲେ। ତାଙ୍କ ସହ ଫିଲ୍ମର ଅଭିନେତ୍ରୀ ଦିବ୍ୟା ଦତା ଓ ମଞ୍ଜରୀ ଫଡ୍‌ନିସ୍‌ ମଧ୍ୟ ରେଡ୍‌ କାର୍ପେଟ୍‌ରେ ଚାଲିଥିଲେ। ଆଇଏଫ୍‌ଏଫ୍‌ଆଇର ୫୦ ବର୍ଷ ପୂର୍ତ୍ତି ଅବସରରେ କାର୍ଯ୍ୟକ୍ରମରେ ସାମିଲ ହେବା ଏକ ସମ୍ମାନର କଥା ବୋଲି ନୀଳମାଧବ ପଣ୍ଡା କହିଥିଲେ। ‘ଇଣ୍ଟରଡିପେଣ୍ଡେନ୍ସ୍ସ’ ଏସିଆ ପ୍ରିମିୟରକୁ ଆସିବା ଗର୍ବର ବିଷୟ ଏବଂ ଏହା ଜଳବାୟୁ ପରିବର୍ତ୍ତନ ଭଳି ଗମ୍ଭୀର ପ୍ରସଙ୍ଗ ଉପରେ ଲୋକଙ୍କୁ ସଚେତନ କରିପାରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ଆଜି ଆସୁଛନ୍ତି ଶାହା, ଟାର୍ଗେଟରେ…

ଭୁବନେଶ୍ୱର,୨୫।୪: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ତାଙ୍କ ଗସ୍ତକୁ ନେଇ ଓଡିଶା ଭାଜପା ଶିବିରରେ ଉତ୍ସାହର ମାହୋଲ...

ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ...

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri