୧୦ ଷ୍ଟାର୍ଟଅପ୍‌କୁ ୧.୨୮ କୋଟିର ଅନୁଦାନ

ଭୁବନେଶ୍ୱର,୮।୯:ରାଜ୍ୟର ପ୍ରମୁଖ ୧୦ ଉଚ୍ଚ-ସମ୍ଭାବ୍ୟ ଷ୍ଟାର୍ଟଅପ୍‌ ସଂସ୍ଥା ପାଇଁ ଓଡ଼ିଶା ସରକାର ନିକଟରେ ୧.୨୮(୧,୨୮,୨୬,୦୦୦) କୋଟି ଟଙ୍କାର ଅନୁଦାନ ରାଶି ଅନୁମୋଦନ କରିଛନ୍ତି। ଏହି ଅନୁଦାନ ରାଜ୍ୟର ନବସୃଜନ ଏବଂ ଉଦ୍ୟୋଗକୁ ବଢାଇବା ସହିତ ଏଗ୍ରି-ଟେକ୍‌, ଖାଦ୍ୟ ଏବଂ ପାନୀୟ, ଏଚ୍‌ଆର୍‌-ଟେକ୍‌, ଏଣ୍ଟରପ୍ରାଇଜ୍‌ ଟେକ୍ନୋଲୋଜି, ଖୁଚୁରା, ଶିକ୍ଷା ଏବଂ ଲଜିଷ୍ଟିକ୍ସ ଭଳି କ୍ଷେତ୍ରରେ ଷ୍ଟାର୍ଟଅପ୍‌ ବୃଦ୍ଧିରେ ସହାୟତା କରିବାକୁ ଲକ୍ଷ୍ୟ ରଖାଯାଇଛି। ଅପରପକ୍ଷରେ ଷ୍ଟାର୍ଟଅପ୍‌ ଓଡ଼ିଶାର ୨ୟ ବୋର୍ଡ ବୈଠକରେ ଏହି ଅନୁଦାନକୁ ଏମ୍‌ଏସ୍‌ଏମ୍‌ଇ ବିଭାଗ ଦ୍ୱାରା ସମର୍ଥତ୍ତ ପଦକ୍ଷେପ ଅନୁମୋଦନ କରାଯାଇଥିଲା। ସେହିଭଳି ଷ୍ଟାର୍ଟଅପ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ଚେୟାରମ୍ୟାନ୍‌ ଡ. ଓମ୍‌କାର ରାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ, ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏପରିକି ମନୋନୀତ ୧୦ ଷ୍ଟାର୍ଟଅପ୍‌ ସେମାନଙ୍କର ଅଗ୍ରଗତି ଏବଂ ହାସଲ ହୋଇଥିବା ମାଇଲଖୁଣ୍ଟ ଉପରେ ଉକ୍ତ ଅନୁଦାନ ଗ୍ରହଣ କରିବେ। ଏହି ଅନୁଦାନ ଷ୍ଟାର୍ଟଅପ୍‌ ଗବେଷଣା ଏବଂ ବିକାଶ କାର୍ଯ୍ୟକଳାପ, ଉତ୍ପାଦ ବିକାଶ ଏବଂ ମାର୍କେଟିଂ କାର୍ଯ୍ୟକଳାପ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ଷମ ଖର୍ଚ୍ଚକୁ ସମର୍ଥନ କରିବା ପାଇଁ ବ୍ୟବହୃତ ହେବ। ଏ ସମ୍ପର୍କରେ ଷ୍ଟାର୍ଟଅପ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ଚେୟାରମ୍ୟାନ୍‌ ରାୟ କହିଛନ୍ତି, ଆମେ ଏହି ମହତ୍ତ୍ୱପୂର୍ଣ୍ଣ ଅନୁଦାନ ଘୋଷଣାକରି ବେଶ୍‌ ଉତ୍ସାହିତ ଅଛୁ। ବିଶେଷକରି ରାଜ୍ୟର ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଏହି ବିନିଯୋଗଗୁଡିକ ଏକ ସମୃଦ୍ଧ ଇକୋସିଷ୍ଟମ୍‌ ସୃଷ୍ଟି କରିବା ସହ ନୂତନତ୍ୱକୁ ପ୍ରୋତ୍ସାହିତ କରିବା ଏବଂ ଉଦ୍ୟୋଗୀ ମନୋଭାବ ପୋଷଣ କରିବାରେ ସହାୟକ ହେବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri