ଡିସେମ୍ବରରେ ୧.୬୫ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ କଲେ ଭାରତ ସରକାର, ଓଡ଼ିଶାର ନୂଆ ରେକର୍ଡ

ଭୁବନେଶ୍ୱର,୧।୧: ଡିସେମ୍ବର ୨୦୨୩ରେ ୧.୬୫ ଲକ୍ଷ କୋଟି ଟଙ୍କା ହୋଇଛି ଜିଏସ୍‌ଟି ସଂଗ୍ରହ। ସୋମବାର କେନ୍ଦ୍ର ଅର୍ଥ ମନ୍ତ୍ରାଳାୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ବର୍ଷ ଡିସେମ୍ବର ତୁଳନାରେ ଏହା ୧୦ ପ୍ରତିଶତ ବୃଦ୍ଧି ପାଇଥିଲା ବେଳେ ଚଳିତବର୍ଷ ନଭେମ୍ବର ତୁଳନାରେ ୨ ପ୍ରତିଶତ କମ୍ ରହିଛି। ତେବେ ଲଗାତାର ଦଶମ ଥର ପାଇଁ ଜିଏସ୍‌ଟି ସଂଗ୍ରହ ୧.୫ ଲକ୍ଷ କୋଟି ଟଙ୍କା ଉପରେ ରହିଛି।

ସଦ୍ୟତମ ତଥ୍ୟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ହାରାହାରି ଜିଏସ୍‌ଟି ସଂଗ୍ରହ ୧.୬୬ ଲକ୍ଷ କୋଟି ଟଙ୍କା ରହିଛି। ଡିସେମ୍ବରରେ, କେନ୍ଦ୍ରୀୟ ଜିଏସ୍‌ଟି ୩୦,୪୪୩ କୋଟି ସଂଗ୍ରହ ହୋଇଥିବା ବେଳେ, ରାଜ୍ୟ ଜିଏସ୍‌ଟି ୩୭,୯୩୫ କୋଟି, ଇଣ୍ଟିଗ୍ରେଟେଡ୍ ଜିଏସ୍‌ଟି ୮୪,୨୫୫ କୋଟି ଏବଂ ସେସ୍ ୧୨,୨୪୯ କୋଟି ଟଙ୍କା ସଂଗ୍ରହ ହୋଇଛି।

ଅନ୍ୟପଟେ ଡିସେମ୍ବରରେ ଓଡ଼ିଶାରେ ଦ୍ୱିତୀୟ ସର୍ବାଧିକ ଜିଏସ୍‌ଟି ସଂଗ୍ରହ ହୋଇଛି। ୨୦୨୩ ଡିସେମ୍ବରରେ ୨୫୭୮ କୋଟି ଟଙ୍କା ଜିଏସଟି ସଂଗ୍ରହ ହୋଇଛି, ଯାହା ୨୦୨୨ ଡିସେମ୍ବରରେ ସଂଗ୍ରହ ହୋଇଥିବା ୧୫୧୫.୮୮ କୋଟିଠାରୁ ୭୦.୦୭ ପ୍ରତିଶତ ଅଧିକ।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri