ଭୁବନେଶ୍ୱରର ସମନ୍ବିତ ବିକାଶ, ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ୭ ହଜାର କୋଟି

ଭୁବନେଶ୍ୱର, ୧ା୨(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷାକରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ବଜେଟ ପରିମାଣର ୭୨% ଖର୍ଚ୍ଚ ହୋଇଥିବା ବେଳେ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଶତ ପ୍ରତିଶତ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଭୁବନେଶ୍ୱରର ସମନ୍ବିତ ବିକାଶ ଓ ଟ୍ରାଫିକ୍‌ ଭିଡ଼ ହ୍ରାସ ଯୋଜନା ସମ୍ପର୍କରେ ଆଲୋଚନା ହୋଇଛି। ଏଥିଲାଗି ପ୍ରାୟ ୭ ହଜାର କୋଟି ଟଙ୍କା ବିନିଯୋଗ କରାଯିବାକୁ ସ୍ଥିର କରାଯାଇଥିବା ଜଣାପଡ଼ିଛି।
ଆଲୋଚନା ଅନୁଯାୟୀ, ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍‌ କରିଡର, ପଟିଆ ଷ୍ଟେଶନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ କେନାଲ ରାସ୍ତା, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ ଏବଂ କଳ୍ପନା ଛକ, ମ୍ୟୁଜିୟମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏଓଭର ବ୍ରିଜ୍‌ ସହ ଏଜି ଛକରେ ଏକ ଅଣ୍ଡରପାସ୍‌
ନିର୍ମାଣ ପାଇଁ ଯୋଜନା ରଖାଯାଇଛି। ସେହିପରି ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମ୍ୟାଥ୍‌ମେଟିକ୍ସରୁ ପଥରଗାଡ଼ିଆ-ଉତ୍କଳ ହସ୍ପିଟାଲ-ରେଲ୍‌ ବିହାର ଦେଇ ଏକାମ୍ର କାନନ ପର୍ଯ୍ୟନ୍ତ ଲେଫ୍ଟ ପାରାଲାଲ୍‌ ରୋଡ୍‌ କାମ ମଧ୍ୟ ଜାରି ରହିଛି। ଏହା ସହ ଡମଣାରୁ ପ୍ରେସ୍‌ ଛକ, କଳାରାହାଙ୍ଗରୁ ବରିମୁଣ୍ଡ ଓ କେଳୁଚରଣ ପାର୍କରୁ ବରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍‌ ଆକ୍ସେସ୍‌ ରୋଡ୍‌ ନିର୍ମାଣର ଯୋଜନା ରହିଛି। ଏହା ସହ ଏକ ଇନର ରିଙ୍ଗ୍‌ ରୋଡ୍‌ ମଧ୍ୟ ନିର୍ମାଣ କରାଯିବ। ସମ୍ପୂର୍ଣ୍ଣ ଯୋଜନା ପାଇଁ ପ୍ରାୟ ୭ ହଜାର କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ସ୍ଥିର ହୋଇଛି।
ଏହାସହ ଡମଣାରୁ ପ୍ରେସ୍‌ ଛକ ରାସ୍ତା କାମ ସରିଥିବା ବେଳେ ସୁନ୍ଦରପଦା-ଜଟଣୀ ରୋଡ୍‌ ଓ ଲେଫ୍ଟ ପାରାଲାଲ୍‌ ରୋଡ୍‌ କାମ ଜାରି ରହିଛି। ବାକି ସବୁ କାମର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ତୁରନ୍ତ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ପାଇଁ ୬୪ କି.ମି. ବିଶିଷ୍ଟ ଏକ ଇନର ରିଙ୍ଗ୍‌ ରୋଡ୍‌ କରାଯିବ। ଏଥିରେ ତମାଣ୍ଡୋରୁ ପାଇକରାପୁର ଏବଂ ଧଉଳିରୁ ତମାଣ୍ଡୋ ପର୍ଯ୍ୟନ୍ତ ୬ ଲେନ୍‌ ବିଶିଷ୍ଟ ରାସ୍ତା ନିର୍ମାଣ ହେବ। ଭୁବନେଶ୍ୱରର ସମ୍ପ୍ରସାରଣ ପାଇଁ ଏକ ଆଉଟର ରିଙ୍ଗ୍‌ ରୋଡ୍‌ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କି.ମି. ବିଶିଷ୍ଟ ଏହି ରିଙ୍ଗ୍‌ ରୋଡ୍‌, ୬ ଲେନ୍‌ ହେବା ସହିତ ୨ଟି ସର୍ଭିସ୍‌ ରୋଡ୍‌ ମଧ୍ୟ ରହିବ। ଏଥିପାଇଁ ସମୁଦାୟ ୬,୧୫୨ କୋଟି ଟଙ୍କା ବିନିଯୋଗ ହେବ। ଏହାଦ୍ୱାରା ସହରର ସମ୍ପ୍ରସାରଣ ହେବା ସହ ଯୋଗାଯୋଗର ସୁବିଧା ବଢ଼ିବ। ଅର୍ଥନୈତିକ ଅଭିବୃଦ୍ଧି ସହ ପର୍ଯ୍ୟଟନ ବୃଦ୍ଧି ହେବ ଓ ଉତ୍ତମ ପରିବେଶ ମଧ୍ୟ ସୃଷ୍ଟିହେବ। ରାଜ୍ୟର ଚାରିପାର୍ଶ୍ୱକୁ ଏକ ଗ୍ରାଣ୍ଡ ରିଙ୍ଗ୍‌ ରୋଡ୍‌ ମାଧ୍ୟମରେ ଯୋଡ଼ିବା ପାଇଁ ଯେଉଁ ଲକ୍ଷ୍ୟ ରଖାଯାଇଛି, ତାହାର ପ୍ରାଥମିକ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଜୟପୁର ପର୍ଯ୍ୟନ୍ତ ୨୮୭ କି.ମି. ଏକ ସଡକ ନିର୍ମାଣ କରାଯିବ। ଏଥିରେ ୪ଟି ଟନେଲ ରହିବ। କେନ୍ଦୁଝର ମା’ ତାରିଣୀଙ୍କ ମନ୍ଦିରର ବିକାଶ ଓ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି କାର୍ଯ୍ୟ ତୁରନ୍ତ ଆରମ୍ଭକରି ସମୟସୀମା ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ବଡ଼ବିଲ ରିଙ୍ଗ୍‌ ରୋଡ୍‌, ଭୁବନେଶ୍ୱର ୟୁନିଟ୍‌-୨ ଅଞ୍ଚଳର ବିକାଶ ଓ ଅନ୍ୟାନ୍ୟ ପ୍ରକଳ୍ପ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri